ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କଂଗ୍ରେସ ପକ୍ଷରୁ ଭବାନୀପାଟଣା ଗାନ୍ଧୀ ଛକ ଠାରେ ସାଧାରଣ ସଭା ଆୟୋଜିତ ହୋଇଛି । ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ନିରପେକ୍ଷ ତଦନ୍ତ ପାଇଁ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି ଓ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ସିବିଆଇକୁ ମାମଲା ହସ୍ତାନ୍ତର ଦାବି କରାଯାଇଛି ।
ଏଆଇସିସି ସାଧାରଣ ସମ୍ପାଦକ ତଥା ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୮ ତାରିଖ କଳାହାଣ୍ଡି ଗସ୍ତ ପୂର୍ବରୁ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରୀ ମଣ୍ଡଳରୁ ବହିଷ୍କାର କରନ୍ତୁ ବୋଲି ଦାବି କରିଛନ୍ତି । ନଚେତ୍ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ପବ୍ଲିକ କର୍ଫ୍ୟୁ ପାଇଁ ଆହ୍ବାନ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ କଂଗ୍ରେସ ବିରୋଧ କରିବା ସହ ଜିଲ୍ଲା ବ୍ୟାପୀ କଂଗ୍ରେସ ଆନ୍ଦୋଳନ କରିବ । ଏଥିସହ ଭକ୍ତ କହିଛନ୍ତି ଆସନ୍ତା ୧୨ ତାରିଖ କଳାହାଣ୍ଡି ବନ୍ଦ ଡାକରା ଦିଆଯାଇଥିବା ବେଳେ ମମିତାଙ୍କୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ କଂଗ୍ରେସ ଆନ୍ଦୋଳନ ଜାରି ରଖିବ ବୋଲି କହିଛନ୍ତି ।
କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ