ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି କୋରୋନାର ଦ୍ୱିତୀୟ ଲହରୀ । ଲୋକାଲରେ ରୋଗୀଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ହେଉଥିବା ବୁଦ୍ଧିଜୀବୀ କହୁଥିବାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଲଟିଲାଣି । ସେପଟେ ସାଧାରଣଲୋକେ ମଧ୍ୟ ଏନେଇ ଆତଙ୍କିତ ।
ସୋମବାର ଜିଲ୍ଲାରେ ପୁଣି ୫୪ ଜଣ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ଭବାନୀପାଟଣାଠାରେ ଥିବା ଘରୋଇ କଲେଜରୁ ୩୨ ଜଣ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ଜିଲ୍ଲାରେ 4 ଦିନ ମଧ୍ୟରେ ୧୦୦ରୁ ଊର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଉଛି ।
କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ