ETV Bharat / state

କଳାହାଣ୍ଡିରେ ୬୦୦ ଟପିଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା - corona positive cases cross 600 in kalahandi

ଆଜି କଳାହାଣ୍ଡି ଜିଲ୍ଲାରେ ପୁଣି ୪୩ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

କଳାହାଣ୍ଡି ୬୦୦ ଟପିଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା

author img

By

Published : Aug 12, 2020, 7:47 PM IST

ଭବାନୀପାଟଣା: ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗ୍ରାମାଞ୍ଚଳରେ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହର ଓ ନର୍ଲା ଅଞ୍ଚଳରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବି ମତ ପ୍ରକାଶ କରିଛନ୍ତି । ତେବେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ।

କଳାହାଣ୍ଡି ୬୦୦ ଟପିଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଜିଲ୍ଲାରେ ପୁଣି ୪୩ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଏମାନଙ୍କ ମଧ୍ୟରୁ ନର୍ଲା ଅଞ୍ଚଳରୁ ୧୬, କେସିଙ୍ଗାରୁ ୭, ଲାଞ୍ଜିଗଡ଼ରୁ ୬, ଜୁନାଗଡ଼ ଅଞ୍ଚଳରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ସେପଟେ ଜୟପାଟଣା ଅଞ୍ଚଳରୁ ୫, ଭବାନୀପାଟଣା ଅଞ୍ଚଳରୁ ୩ ଜଣ ଚିହ୍ନଟ ହୋଇଥିବାବେଳେ ମଦନପୁର, ରାମପୁର ଓ କୋକସରାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

ମଙ୍ଗଳବାର ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୬୧୦ରେ ପହଞ୍ଚିଥିବାବେଳେ ୧୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୩୪ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

କଳାହାଣ୍ଡିରୁ ଅଜିତ୍‌ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.