ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟରେ ରୋଗୀଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ହେଉଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।
ବୁଧବାର ଜିଲ୍ଲାରେ ପୁଣି ୨୮ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ପ୍ରଶାସନର ଶେଷ ସୂଚନା ଅନୁଯାୟୀ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାରରୁ ଉର୍ଦ୍ଧ୍ବକୁ ପହଞ୍ଚିଛି । ଏବଂ ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଛନ୍ତି ଓ ୨ ହଜାର ୮୯୭ ଜଣ ଜିଲ୍ଲା ର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି ।
ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।
କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ