ETV Bharat / state

କଳାହାଣ୍ଡିରେ ଦିନକରେ 89 ଆକ୍ରାନ୍ତ ଚିହ୍ନଟ

author img

By

Published : Oct 9, 2020, 7:35 AM IST

କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ପୁଣି 89 ଆକ୍ରାନ୍ତ ଚିହ୍ନଟ । ଅଧିକ ପଢନ୍ତୁ...

କଳାହାଣ୍ଡିରେ ଦିନକରେ 89 ଆକ୍ରାନ୍ତ ଚିହ୍ନଟ
କଳାହାଣ୍ଡିରେ ଦିନକରେ 89 ଆକ୍ରାନ୍ତ ଚିହ୍ନଟ

ଭବାନୀପାଟଣା:କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ପୁଣି 89 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସବୁଠୁ ବଡକଥା ହେଉଛି ସ୍ଥାନୀୟ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି।

କଳାହାଣ୍ଡିରେ ଦିନକରେ 89 ଆକ୍ରାନ୍ତ ଚିହ୍ନଟ

ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ଥିବା କୁହାଯାଉଛି । 89 ନୂଆ ଆକ୍ରାନ୍ତ ଚିହ୍ନଟ ପରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା 3937ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ 3146 ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ 791 ଜଣ ଜିଲ୍ଲାର ବିଭିନ୍ନ କୋଭିଡ୍‌ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସିତ ହେଉଛନ୍ତି ।

ତେବେ ଜିଲ୍ଲାରେ କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ ଏହାକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ୍‌ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.