ETV Bharat / state

କଳାହାଣ୍ଡିରେ କୋରୋନା କୋପ, 3500 ପାର କଲା ଆକ୍ରାନ୍ତ ସଂଖ୍ୟା

author img

By

Published : Oct 3, 2020, 8:30 AM IST

ଜିଲ୍ଲାରେ ବଢିବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସ୍ଥିତିରେ ଜିଲ୍ଲାରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣର ରୂପ ନେଇଛି ମହାମାରୀ ।

kalahandi latest news, corona update in kalahandi, coronavirus news, କଳାହାଣ୍ଡି ଲାଟେଷ୍ଟ ନ୍ୟୁଜ୍‌, କଳାହାଣ୍ଡିରେ କୋରୋନା ଅପଡେଟ, କୋରୋନା ଭାଇରସ ନ୍ୟୁଜ୍‌
କଳାହାଣ୍ଡିରେ କୋରୋନା କୋପ, 3500 ପାର କଲା ଆକ୍ରାନ୍ତ ସଂଖ୍ୟା

ଭବାନୀପାଟଣା: ଜିଲ୍ଲାରେ ବଢିବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସ୍ଥିତିରେ ଜିଲ୍ଲାରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣର ରୂପ ନେଇଛି ମହାମାରୀ । ଏନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ।

ସୂଚନା ଅନୁଯାୟୀ ଶୁକ୍ରବାର ଜିଲ୍ଲାରେ ପୁଣି 57 ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 3 ହଜାର 535କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ 2 ହଜାର 835 ଜଣ ସୁସ୍ଥ ହୋଇସାରିଥିବା ବେଳେ 700 ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ତେବେ ଜିଲ୍ଲାରେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା 3500 ପାର କରିସାରିଥିବା ବେଳେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀମାନେ ଘରକୁ ଘର ବୁଲି କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ୍‌ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.