ETV Bharat / state

ନାବାଳିକାକୁ ଦୁଷ୍କର୍ମ ମାମଲା, ଦୋଷୀକୁ 10 ବର୍ଷ ସଶ୍ରମ କାରାଦଣ୍ଡ

କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଅନ୍ତର୍ଗତ ଭଲିଆଜୋର ଜଣେ ନାବାଳିକାକୁ ଦୁଷ୍କର୍ମ ମାମଲା ଶୁଣାଣି କରି ଦୋଷୀକୁ 10 ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ । ଅଧିକ ପଢନ୍ତୁ

ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ମାମଲାର ଶୁଣାଣି

author img

By

Published : Nov 7, 2022, 1:49 PM IST

ଭବାନୀପାଟଣା: ନାବାଳିକାକୁ ଦୁଷ୍କର୍ମ ମାମଲା ଶୁଣାଣି କରିଛନ୍ତି କୋର୍ଟ । କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଅନ୍ତର୍ଗତ ଭଲିଆଜୋର ଜଣେ ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ମାମଲାର ଶୁଣାଣି ହୋଇଛି । ଅଭିଯୁକ୍ତକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯାଇଛି । ଏହା ସହ ୮ ହଜାର ଟଙ୍କା ଜୋରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଓକିଲଙ୍କ ସୂଚନା ଅନୁଯାୟୀ ୨୦୧୬ ମସିହାରେ କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଅନ୍ତର୍ଗତ ଭଲିଆଜୋର ଗାଁର ଶ୍ରୀରାମ ପଣ୍ଡା ନାମକ ଜଣେ ଯୁବକ ସେହି ଅଞ୍ଚଳରେ ଜଣେ ନାବାଳିକାକୁ ଅପହରଣ କରିବା ପରେ ଦୁଷ୍କର୍ମ କରିଥିଲେ ।

ଏହା ବି ପଢନ୍ତୁ...ରକ୍ତାକ୍ତ ହେଲା ରକ୍ତ ସମ୍ପର୍କ, ବଡ ଭାଇ ଛୁରାମାଡ଼ରେ ସାନ ଭାଇର ମୃତ୍ୟୁ

ଏନେଇ ନାବାଳିକା ଜଣକ ପରିବାର ଲୋକଙ୍କୁ ଜଣାଇବା ପରେ ପରିବାର ପକ୍ଷରୁ ଆମପାଣି ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ କରି ଅଭିଯୁକ୍ତ ଶ୍ରୀରାମ ପଣ୍ଡାକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଯାହାର ଆଜି ଶୁଣାଣୀ କରିଛନ୍ତି କଳାହାଣ୍ଡି ଜିଲ୍ଲା ଦୌରାଜଜ ଅଦାଲତ । ମାମଲାର ଶୁଣାଣି କରି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ସୁବ୍ରତ କୁମାର ପଟ୍ଟନାୟକ ଅଭିଯୁକ୍ତ ଶ୍ରୀରାମ ପଣ୍ଡାଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୮ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ।

ଜରିମାନା ଅନାଦେୟ ହେଲେ ଆହୁରି ୧ ବର୍ଷ ଅଧିକ କାରାଦଣ୍ଡ ଭୋଗିବା ନିମନ୍ତେ ଆଦେଶ ଦେଇଛନ୍ତି । ଏଥିସହ ନାବାଳିକାଙ୍କୁ ୨ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି । ସ୍ବତନ୍ତ୍ର ପବ୍ଲିକ ପ୍ରୋସିକ୍ୟୁଟର ରୋହିତ ମିଶ୍ର ମାମଲା ପରିଚାଳନା କରିଥିଲେ ।

ଇଟିଭି ଭାରତ, କଳାହାଣ୍ଡି

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.