ETV Bharat / state

ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲା, ମାଆ ଓ ତିନି ପୁଅକୁ ଆଜୀବନ କାରାଦଣ୍ଡ - ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲା

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ଆଟିଗାଁ ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲା । ଶୁଣାଣୀ କରି ଅଭିଯୁକ୍ତ ତିନି ପୁଅ ଓ ମାଆକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ଅଧିକ ପଢ଼ନ୍ତୁ

ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲାରେ ଜେଲ ଗଲେ ଅଭିଯୁକ୍ତ

author img

By

Published : Apr 29, 2023, 9:23 PM IST

ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲାରେ ଜେଲ ଗଲେ ଅଭିଯୁକ୍ତ

ଭବାନୀପାଟଣା: ବହୁଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ଆଟିଗାଁ ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲାର ଶୁଣାଣି କରିଛନ୍ତି ଧର୍ମଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜଙ୍କ କୋର୍ଟ । ହତ୍ୟାକାରୀ ତିନି ପୁଅ ଓ ମାଆକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ଏହା ସହିତ ଅଭିଯୁକ୍ତ ମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଜରିମାନା ଶୁଣାଇବା ସହିତ ଜରିମାନା ଅନାଦେୟ ଅଧିକ ବର୍ଷେ ଲେଖାଏଁ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି କୋର୍ଟ ।

ସରକାରୀ ଓକିଲଙ୍କ ସୂଚନା ଅନୁଯାୟୀ, ୧୪/୬/୨୦୧୮ରେ ଜୁନାଗଡ଼ ବ୍ଲକ ଆଟିଗାଁ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ଥିବା ସରକାରୀ ଜମିକୁ ଅନଧିକୃତ ଅକ୍ତିଆର କରି ସକାଳ ୮ଟା ସମୟରେ ସେହି ଗ୍ରାମର ତିନି ଭାଇ ରାଧୁ ଦଣ୍ଡସେନା, ପିତ ଦଣ୍ଡସେନା, ଯଦୁ ଦଣ୍ଡସେନା ଏବଂ ସେମାନଙ୍କ ମାଆ କୁଚିତା ଦଣ୍ଡସେନା ଘର କରିବାକୁ ନିହିଁ ଖୋଳୁଥିଲେ । ତାହା ସରକାରୀ ଜମି ହୋଇଥିବାରୁ ଆଟିଗାଁ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଅସ୍ଥାୟୀ ପିଅନ ଭାବେ କାମ କରୁଥିବା ଛାୟାକାନ୍ତ ଦଣ୍ଡସେନା କାମ ବନ୍ଦ କରିବାକୁ କହିବା ସହ ରାଜସ୍ବ ନିରୀକ୍ଷକଙ୍କ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପରାମର୍ଶ ଦେଇଥିଲେ । ଏଥିରେ ଉତ୍‌କ୍ଷିପ୍ତ ହୋଇ ଅଭିଯୁକ୍ତ ରାଧୁ ଦଣ୍ଡସେନାଙ୍କ ହାତକୁ ତାଙ୍କ ମାଆ କୁଚିତା ଦଣ୍ଡସେନା ଟାଙ୍ଗିଆ ବଢେଇ ଦେଇଥିଲେ । ଛାୟାକାନ୍ତକୁ ଅଭିଯୁକ୍ତ ରାଧୁ ଟାଙ୍ଗିଆରେ ହାଣିବା ସମୟରେ ତା'ର ଦୁଇ ଭାଇ ପିତ ଓ ଯଦୁ ଛାୟାକାନ୍ତର ଦୁଇ ହାତକୁ ଧରି ରଖିଥିଲେ । ପରେ ସ୍ଥାନୀୟ ଲୋକେ ଏନେଇ ପୋଲିସକୁ ଖବର ଦେବା ସହ ଗୁରୁତର ଅବସ୍ଥାରେ ଛାୟାକାନ୍ତକୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା ।

ପରେ ଜୁନାଗଡ଼ ପୋଲିସ ଏନେଇ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ କରିବା ସହ ଏହି ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ପୋଲିସ । ତେବେ ଆଜି ଏହି ମାମଲାର ବିଚାର କରି ଧର୍ମଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ ବନ୍ଦନା କର କୁଚିତା ଦଣ୍ଡସେନା ଓ ତାଙ୍କର ତିନି ପୁଅ ରାଧୁ, ପିତ ଏବଂ ଯଦୁଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି । ଏହା ସହିତ ପ୍ରତ୍ୟେକଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଜରିମାନା ଆଦେଶ ଦେଇଛନ୍ତି । ଜରିମାନା ଅନାଦେୟ ଅଧିକ ବର୍ଷେ ଲେଖାଏଁ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ତେବେ ଏହି ମାମଲାକୁ ସରକାରଙ୍କ ପକ୍ଷରୁ ସରକାରୀ ଓକିଲ ପୂର୍ଣ୍ଣଚନ୍ଦ୍ର ନାଗ ପରିଚାଳନା କରିଥିଲେ ।

ଇଟିଭି ଭାରତ, କଳାହାଣ୍ଡି

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.