ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସନ୍ଦେହଜନକ ଅବସ୍ଥାରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ ହେଉଛନ୍ତି ଆରତୀ ଦଣ୍ଡସେନା । ସେ ସୁନ୍ଦରଗଡ଼ ଜିଲ୍ଲାର ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ଆରତୀ ପୁରୁଣାଗୁମା ଡାକ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ । ସ୍ଥାନୀୟ ଅଞ୍ଚଳରେ ସେ ଏକ ଭଡ଼ାଘରେ ରହୁଥିଲେ ।
ତେବେ ଆଜି(ସୋମବାର) ଉକ୍ତ ଭଡ଼ାଘରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ୍ୟୁର କାରଣ ଜଣା ପଡ଼ିନଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ସ୍ପଷ୍ଟ ହେବ ।
ଇଟିଭି ଭାରତ, କଳାହାଣ୍ଡି