ଭବାନୀପାଟଣା: କଳାହାଣ୍ଡିରୁ ନୂଆ ୪୧୪ କାେରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୪୮୦ରେ ପହଞ୍ଚିଛି ।
ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୧୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୪୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା । ସେହିପରି ୮ ହଜାର ୬୧ଜଣ ଆକ୍ରାନ୍ତ କୋଭିଡ ହସ୍ପିଟାଲ ଓ ହୋମ୍ କ୍ବାରେଣ୍ଟାଇନରେ ରହି ଚିକିତ୍ସିତ ହେଉଥିବା ଜଣାପଡିଛି । ସମସ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି ।
ଜିଲ୍ଲାର ପ୍ରମୁଖ ସହର ତଥାା ଜୁନାଗଡ଼, ଧର୍ମଗଡ଼, କେସିଙ୍ଗା ଆଦି ସହରରେ ପ୍ରଶାସନ ପକ୍ଷରୁ ଡୋର୍ ଟୁ ଡୋର୍ କୋଭିଡ ସର୍ଭେ ଜାରି ରହିଛି । ସେପଟେ ଜିଲ୍ଲାର ସମସ୍ତ ପ୍ରବେଶ ପଥରେ ଚେକିଙ୍ଗକୁ କଡାକଡି କରାଯାଇଛି ।
କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ