ETV Bharat / state

ରାହୁଲଙ୍କୁ ED ଜେରା, କଳାହାଣ୍ଡି କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ - ନ୍ୟାସନାଲ ହେରାଲଡ କେଶକୁ ନେଇ କଳାହାଣ୍ଡି କଂଗ୍ରେସର ବିକ୍ଷୋଭ

ନ୍ୟାସନାଲ ହେରାଲଡ (National Herald) ଖବରକାଗଜ ଦୁର୍ନୀତି ମାମଲାକୁ ନେଇ କଳାହାଣ୍ଡି ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଭବାନୀପାଟଣା ଗାନ୍ଧୀ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଅଧିକ ପଢନ୍ତୁ

kalahandi congress protest over Rahul Gandhis ED grilling
ନ୍ୟାସନାଲ ହେରାଲଡ କେଶ, କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ
author img

By

Published : Jun 17, 2022, 7:06 AM IST

ଭବାନୀପାଟଣା: ନ୍ୟାସନାଲ ହେରାଲଡ ଖବରକାଗଜ ଦୁର୍ନୀତି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ(Rahul Gandhi's ED Grilling) ଗତ ୪ ଦିନ ହେଲା ପଚରାଉଚରା କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED) । ଏହାକୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛନ୍ତି କଂଗ୍ରେସ କର୍ମୀ ଓ ନେତା । ଏହି କଳାହାଣ୍ଡି ଜିଲ୍ଲା କଂଗ୍ରେସ ପକ୍ଷରୁ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ରାଜନୈତିକ ଉଦ୍ଦେଶ୍ୟ ରଖି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାକୁ କେନ୍ଦ୍ର ସରକାର ବ୍ୟବହାର କରୁଥିବା ଅଭିଯୋଗ କରିଛନ୍ତି କଂଗ୍ରେସ କର୍ମୀ ।

ନ୍ୟାସନାଲ ହେରାଲଡ କେଶ, କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଭବାନୀପାଟଣା ଗାନ୍ଧୀ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲ୍ଲା ଯୁବ କଂଗ୍ରେସ ସଭାପତି ସାଉଲ ମଙ୍ଗରାଜ, ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ତ୍ରିଲୋଚନ ପାଣିଗ୍ରାହୀଙ୍କ ନେତୃତ୍ୱରେ ଜିଲ୍ଲାର ଅନେକ କଂଗ୍ରେସ କର୍ମୀ ସାମିଲ ହୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅମିତ ସାହାଙ୍କ ଫଟୋଚିତ୍ର ପୋଡିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।

ଇଟିଭି ଭାରତ, କଳାହାଣ୍ଡି

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.