କଳାହାଣ୍ଡି: ଗଲୱାନ ଘାଟିରେ ଚୀନ ସେନା ସହ ଲଢ଼ି ସହିଦ ହୋଇଥିବା ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛି କଳାହାଣ୍ଡି ଜିଲ୍ଲା କଂଗ୍ରେସ। ସ୍ଥାନୀୟ ଗାନ୍ଧୀ ପାର୍କଠାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ ଯୋଗଦେଇ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ସହିଦଙ୍କ ଉଦ୍ଦେଶ୍ୟରେ ମହମବତୀ ଜଳାଇ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କଂଗ୍ରେସର ଅନେକ କର୍ମକର୍ତ୍ତା ଯୋଗ ଦେଇଥିଲେ।
କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ