ETV Bharat / state

ମମିତା ମେହେର ହତ୍ୟାକାଣ୍ଡ ଘଟଣା: ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା କଂଗ୍ରେସ - କଳାହାଣ୍ଡି କଂଗ୍ରେସ

ମହାଲିଙ୍ଗ ସନସାଇନ୍ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ଅପହରଣ ଓ ହତ୍ୟାକାଣ୍ଡ ଘଟଣାରେ ପ୍ରତିବାଦ କରିଛି କଳାହାଣ୍ଡି ଜିଲ୍ଲା କଂଗ୍ରେସ । ଗୃହରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କଲା ଦଳ । ଅଧିକ ପଢନ୍ତୁ...

ମମତା ମେହେର ହତ୍ୟାକାଣ୍ଡ, ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କୁଶପତ୍ତଲିକା ଦାହ କଲା କଂଗ୍ରେସ

author img

By

Published : Oct 20, 2021, 5:05 PM IST

ଭବାନୀପାଟଣା: ମହାଲିଙ୍ଗ ସନସାଇନ୍ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ଅପହରଣ ଓ ହତ୍ୟାକାଣ୍ଡ ଘଟଣାର ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଲା କଂଗ୍ରେସ । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଭବାନୀପାଟଣାରେ ବିକ୍ଷୋଭ ପ୍ରଦର୍ଶନ କରି ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ କୁଶପୁତ୍ତଳିକା ଦାହ କଲା ଜିଲ୍ଲା କଂଗ୍ରେସ ।

ମମତା ମେହେର ହତ୍ୟାକାଣ୍ଡ, ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କୁଶପତ୍ତଲିକା ଦାହ କଲା କଂଗ୍ରେସ

ଶିକ୍ଷୟିତ୍ରୀ ମମିତାଙ୍କ ହତ୍ୟାକୁ ନେଇ ରାଜ୍ୟ ରାଜନୀତିରେ ଉଷ୍ମତା ବଢିଥିବାବେଳେ ଉକ୍ତ ସ୍କୁଲର ମାଲିକ ତଥା ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସହ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଘନିଷ୍ଠ ସମ୍ପର୍କ ଥିବାରୁ ତଦନ୍ତ ବାଟବଣା ହେବା ନେଇ ଆଶଙ୍କା କରିଛି ଦଳ। ସେହିପରି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯଥାଶୀଘ୍ର ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛି କଂଗ୍ରେସ । ଆଜି ଦଳର ଜିଲ୍ଲା ସଭାପତି ଭାରତ ବେମାଲଙ୍କ ନେତୃତ୍ବରେ ଶତାଧିକ ଦଳୀୟ କର୍ମୀ କର୍ଲାପଡା ଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.