କଳାହାଣ୍ଡି: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ । ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ ରାୟପୁରଠାରେ । ଜଣେ ବାଇକ ଆରୋହୀଙ୍କ ମୃତ୍ୟୁକୁ ନେଇ ରାସ୍ତା ଅବରୋଧ କରାଯାଇଥିବା ସୂଚନା ମିଳିଛି ।
ଯାହାଫଳରେ ରବିବାର ଗ୍ରାମବାସୀ ତାଙ୍କ ଶବ ରଖି ଧର୍ମଗଡ ରାୟପୁର ରାସ୍ତା ଅବରୋଧ କରିଛନ୍ତି । କ୍ଷତିପୂରଣ ନଦେବା ପର୍ଯ୍ୟନ୍ତ ରାସ୍ତା ଅବରୋଧ ଚାଲିବ ବୋଲି ଆନ୍ଦୋଳନକାରୀ ପ୍ରକାଶ କରିଛନ୍ତି ।
କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ