ଭବାନୀପାଟଣା: ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ଏବେ ବି କିଛି ଅଞ୍ଚଳରେ ଜାରି ରହିଛି କୋରୋନା ପ୍ରଭାବ । ବିଶେଷକରି କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲୋକାଲରେ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୂଖ୍ୟତଃ ଭବାନୀପାଟଣାରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଛନ୍ତି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ । ଯାହା ଆଜି ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲିଟିଛି ।
ବୁଧବାର ଜିଲ୍ଲାରେ ପୁଣି ୫୫ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ଅତିକ୍ରମ କରି ସାରିଛି ଏବଂ ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଛନ୍ତି ଓ ୧ ହଜାର ୬୭୨ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସିତ ହେଉଛନ୍ତି ।
ଅନ୍ୟପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।
କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ