ଭବାନୀପାଟଣା: କଳାହାଣ୍ଡିରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଜିଲ୍ଲାରେ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପ୍ରଶାସନର ଚିନ୍ତା ବଢାଇଛି । ଶନିବାର ଜିଲ୍ଲାରେ ପୁଣି ୧୦୧ ଜଣ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରେ ଏବେ ସଂକ୍ରମଣ ସଂଖ୍ୟା ୨୦୯୧ ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୨୦୬ ଜଣ ସୁସ୍ଥ ହୋଇଛନ୍ତି ଓ ୮୮୫ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।
ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦୦ ହଜାର ଅତିକ୍ରମ କରିଛି । ଶନିବାର ଗୋଟିଏ ଦିନରେ ୧୦୦ ରୁ ଊର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେବା ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜର ରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟକର୍ମୀ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।
କଳାହାଣ୍ଡିରରୁ ଅଜିତ ସିଂ, ଇଟିଭି ଭାରତ