ETV Bharat / state

କଳାହାଣ୍ଡିରେ କୋରୋନା ଆକ୍ରାନ୍ତ ଟପିଲା ୩,୮୦୦

author img

By

Published : Oct 7, 2020, 10:18 PM IST

କଳାହାଣ୍ଡି ଜିଲ୍ଲାରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 3, 800 ପାର କରିଛି । ଆଜି(ବୁଧବାର) ଜିଲ୍ଲାରେ ପୁଣି ୫୭ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

କଳାହାଣ୍ଡିରେ କୋରୋନା ଆକ୍ରାନ୍ତ ଟପିଲା ୩,୮୦୦
କଳାହାଣ୍ଡିରେ କୋରୋନା ଆକ୍ରାନ୍ତ ଟପିଲା ୩,୮୦୦

ଭବାନୀପାଟଣା: ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବାବେଳେ ଅନୁରୂପ ସବୁ ଜିଲ୍ଲାରୁ ମଧ୍ୟ ପ୍ରତିଦିନ ପଜେଟିଭ କେସ ସାମ୍ନାକୁ ଆସୁଛି । କଳାହାଣ୍ଡି ଜିଲ୍ଲାରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ 3, 800 ପାର କରିଛି । ଆଜି(ବୁଧବାର) ଜିଲ୍ଲାରେ ପୁଣି ୫୭ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସ୍ଥାନୀୟ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ଅବସ୍ଥାରେ ରହିଛନ୍ତି ।

ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୮୪୮ କୁ ପହଁଞ୍ଚିଛି । ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଥିବାବେଳେ ୭୦୨ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ରହି ଚିକିତ୍ସିତ ହେଉଛନ୍ତି ।

ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂହ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.