ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାକୁ ଦୀର୍ଘ ଦିନର ବ୍ୟବଧାନ ପରେ ଫେରିଛି କରୋନା । ଗତ 24 ଘଣ୍ଟା ମଧ୍ୟରେ ଜିଲ୍ଲାରୁ ନୂଆ 23 କୋରୋନା ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ତେବେ ସ୍ଥାନୀୟ ଅଞ୍ଚଳରେ ରୋଗୀଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଳଟିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ତେଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନତା କରାଯାଉଛି ।
କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ