ETV Bharat / state

ଦିନକରେ କଳାହାଣ୍ଡିରୁ 46 କରୋନା ଆକ୍ରାନ୍ତ ଚିହ୍ନଟ

author img

By

Published : Oct 28, 2020, 9:58 PM IST

ଗତ 24 ଘଣ୍ଟା ମଧ୍ୟରେ କଳାହାଣ୍ଡିରୁ 46 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ଯା 5 ହଜାରକୁ ବୃଦ୍ଧି ପାଇଛି । ଅଧିକ ପଢନ୍ତୁ...

ଦିନକରେ କଳାହାଣ୍ଡିରୁ 46 କରୋନା ଆକ୍ରାନ୍ତ ଚିହ୍ନଟ
ଦିନକରେ କଳାହାଣ୍ଡିରୁ 46 କରୋନା ଆକ୍ରାନ୍ତ ଚିହ୍ନଟ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରୁ ଗତ 24 ଘଣ୍ଚା ମଧ୍ୟରେ 46 ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ମୁଖ୍ୟତଃ ଭବାନୀପାଟଣା ସହରରେ ଅଧିକ ସଂଖ୍ୟାରେ କୋରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରାଯାଉଛି । ଯାହା ଏବେ ପ୍ରଶାସନ ପାଇଁ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ଅଛନ୍ତି ।

ତେବେ ଜିଲ୍ଲାରେ ନୂଆ ୪୬ କରୋନା ଆକ୍ରାନ୍ତ ଚିହ୍ନଟଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାରକୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ହଜାର ୯୬୦ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି । ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟ କର୍ମୀମାନେ ଘରକୁ ଘର ଯାଇ କରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି । କଳାହାଣ୍ଡିରୁ ଅଜିତ କୁମାର ସିଂହ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.