ETV Bharat / state

କଳାହାଣ୍ଡିରେ ୪ ହଜାର ପାର ହେଲା କୋରୋନା ଆକ୍ରାନ୍ତ ସଂଖ୍ୟା - kalahandi has exceeded 4000

କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗୁରୁବାର ଜିଲ୍ଲାରେ ପୁଣି ୧୦୯ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାରରୁ ଊର୍ଦ୍ଧ୍ବକୁ ପହଞ୍ଚିଛି । ଅଧିକ ପଢନ୍ତୁ...

number of corona cases at kalahandi has exceeded 4000
କଳାହାଣ୍ଡିରେ ୪ ହଜାର ପାର ହେଲା କୋରୋନା ଆକ୍ରାନ୍ତ ସଂଖ୍ୟା
author img

By

Published : Oct 15, 2020, 10:31 PM IST

ଭବାନୀପାଟଣା: ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲୋକାଲରେ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବି କହୁଥିବାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି। ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ରହିଛନ୍ତି ।

କଳାହାଣ୍ଡିରେ ୪ ହଜାର ପାର ହେଲା କୋରୋନା ଆକ୍ରାନ୍ତ ସଂଖ୍ୟା

ଗୁରୁବାର ଜିଲ୍ଲାରେ ପୁଣି ୧୦୯ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାରରୁ ଊର୍ଦ୍ଧ୍ବକୁ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଛନ୍ତି ଓ ୧ ହଜାର ୩୦୪ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି ।

ଜିଲ୍ଲାରେ ଗୋଟିଏ ଦିନରେ ୧୦୦ରୁ ଊର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେବା ପ୍ରଶାସନ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟ କର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.