ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବିଶେଷ କରି ଭବାନୀପାଟଣା ସହରରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଯାହାକୁ ନେଇ ଗୋଷ୍ଠୀ ସଂକ୍ରମଣ ହୋଇଥିବା ବୃଦ୍ଧିଜୀବୀ କହୁଥିବାବେଳେ ଏହା ଏବେ ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି ।
କଳାହାଣ୍ଡିରେ ୩୪୦୦ ପାର ହେଲା କୋରୋନା ଆକ୍ରାନ୍ତ ସଂଖ୍ୟା ତେବେ ଗୁରୁବାର ଜିଲ୍ଲାରେ ପୁଣି ୮୪ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୪୭୮କୁ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରେ ୨ ହଜାର ୮୩୫ ଜଣ ସୁସ୍ଥ ହୋଇଛନ୍ତି ଓ ୬୪୩ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି । ସେପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଦେଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ ସର୍ଭେ କରୁଛନ୍ତି ।
କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ