ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବିଶେଷ କରି ଭବାନୀପାଟଣା ସହରରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଯାହାକୁ ନେଇ ଗୋଷ୍ଠୀ ସଂକ୍ରମଣ ହୋଇଥିବା ବୁଦ୍ଧିଜୀବୀ କହୁଥିବାବେଳେ ଏହା ଏବେ ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି ।
ମଙ୍ଗଳବାର ଜିଲ୍ଲାରେ ପୁଣି ୯୨ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୭୯୧ କୁ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୮୩୫ ଜଣ ସୁସ୍ଥ ହୋଇଛନ୍ତି ଓ ୯୫୬ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୦୦ ସହ ପାର କରିସାରିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି ।
ସେପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଦେଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ ସର୍ଭେ କରୁଛନ୍ତି ।
କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ