ଭବାନୀପାଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ କୋରୋନା ମହାମାରୀ ସମୟରେ ଓଡ଼ିଶା ମୋ ପରିବାର ପକ୍ଷରୁ ରାଜ୍ୟରେ ଅସହାୟ ଲୋକଙ୍କୁ ରାସନ ସାମଗ୍ରୀ ବଣ୍ଟନ କରାଯାଉଛି । ଏହି ପରିପ୍ରେକ୍ଷୀରେ ଆଜି(ବୁଧବାର) କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ସମସ୍ତ ଗାଁରେ ବସବାସ କରୁଥିବା ଅସହାୟ ଦିବ୍ୟାଙ୍ଗମାନଙ୍କୁ ଆଶକୀୟ ରାସନ ରାସନ ସାମଗ୍ରୀ ବଣ୍ଟନ କରାଯାଇଛି ।
ଏଥିରେ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯୋଗ ଦେଇ ଲୋକଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ କରିବା ସହ ବିଭିନ୍ନ ଗାଁ ବୁଲି ଲୋକଙ୍କ ସମସ୍ୟା ପଚାରି ବୁଝିଥିଲେ । କୋରୋନା ଯୋଗୁଁ ବିଶେଷ ମାତ୍ରାରେ ପ୍ରଭାବିତ ହୋଇଛନ୍ତି ଗରିବ ଖଟିଖିଆ । ଦିଓଳି ଦି ମୁଠା ଖାଇବା ମଧ୍ୟ ଏମାନଙ୍କ ପାଇଁ ମୁସ୍କିଲ ।
କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ