ଭବାନୀପାଟଣା : କଳାହାଣ୍ତି ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ଅଭୟ । ଭବାନୀପାଟଣା ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ସେଠାରେ ମାଓ ଓ କୋଭିଡ ସ୍ଥିତିର ସମୀକ୍ଷା କରିଥିଲେ । ଭବାନୀପାଟଣା ଟାଉନ ଥାନା ସମେତ ସଦର ଥାନା ଓ ସହର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ ।
ସଂକ୍ରମଣ ଦିନକୁ ଦିନ ବଢୁଥିବାରୁ ଜନସାଧାରଣଙ୍କୁ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ସରକାରଙ୍କ କୋଭିଡ ନିୟମକୁ କଡାକଡି ମାନିବାକୁ ଡିଜି ନିବେଦନ କରିଛନ୍ତି । ସେହିପରି କଳାହାଣ୍ଡି ଜିଲ୍ଲାରେ ମାଓବାଦୀଙ୍କ ଗତିବିଧି ଉପରେ ସମୀକ୍ଷା କରିଛନ୍ତି । ଆୟୋଜିତ ବୈଠକରେ କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ, ଜିଲ୍ଲାପାଳ ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଯୋଗଦେଇଥିଲେ ।
କଳାହାଣ୍ତିରୁ ଅଜିତ ସିଂ, ଇଟିଭି ଭାରତ