ETV Bharat / state

ଶିକ୍ଷକ ପଦବୀ ପୂରଣ ଦାବିରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଧାରଣା

author img

By

Published : Dec 18, 2021, 8:31 PM IST

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ କେଳିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ଦାବିରେ ଛାତ୍ରଛାତ୍ରୀ ଓ ଅଭିଭାବକ ସ୍କୁଲ ଗେଟରେ ତାଲା ପକାଇ ଧାରଣା ଦେଇଛନ୍ତି । ଅଧିକ ପଢନ୍ତୁ

ଶିକ୍ଷକ ପଦବୀ ପୂରଣ ଦାବିରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ସ୍କୁଲ ସମ୍ମୁଖରେ ଧାରଣା

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ କେଳିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ଦାବିରେ ଛାତ୍ରଛାତ୍ରୀ ଓ ଅଭିଭାବକ ସ୍କୁଲ ଗେଟରେ ତାଲା ପକାଇ ଧାରଣା ଦେଇଛନ୍ତି । ଏହି ସ୍କୁଲରେ ପ୍ରଥମରୁ ଅଷ୍ଟମ ଶେଣୀ ପର୍ଯ୍ୟନ୍ତ ଥିବା ବେଳେ ୮ ଜଣ ଶିକ୍ଷକଙ୍କ ମଧ୍ୟରୁ ସ୍କୁଲରୁ ୪ ଜଣ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରାଯାଇଛି ।

ଫଳରେ ଶିକ୍ଷାଦାନରେ ବାଧାପ୍ରାପ୍ତ ହେଉଥିବା ନେଇ ଅଭିଯୋଗ ହୋଇଛି । ଶିକ୍ଷକଙ୍କ ବଦଳି ବାତିଲ ନେଇ ସ୍କୁଲ କିମିଟି ଜୁନାଗଡ଼ ଗୋଷ୍ଠୀ ଶିକ୍ଷା ବିଭାଗକୁ ଜଣାଇଥିଲେ । ହେଲେ ଶିକ୍ଷା ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନେଇ ନଥିଲେ । ଯେଉଁ ଶିକ୍ଷକଙ୍କୁ ବଦଳି କରାଯାଇଛି ସେହି ଶିକ୍ଷକଙ୍କୁ ପୁଣିଥରେ ସ୍କୁଲକୁ ଫେରାଇ ଆଣିବା ପାଇଁ ଆଜି(ଶନିବାର) ସ୍କୁଲ ପରିଚାଳନା କମିଟି ଛାତ୍ରଛାତ୍ରୀ ଓ ଅଭିଭାବକମାନେ ସ୍କୁଲ ଗେଟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦେଇଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.