ETV Bharat / state

କଳାହାଣ୍ଡି ଗସ୍ତରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ - ମୁଖ୍ୟ ଶାସନ ସଚିବ କଳାହାଣ୍ଡି ଗସ୍ତ

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ କଳାହାଣ୍ଡି ଗସ୍ତରେ ଆସି ଜିଲ୍ଲାର ରାଜସ୍ବ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଅଧିକ ପଢନ୍ତୁ

Revenue and Disaster Management Additional Chief Secretary visits Kalahandi district
କଳାହାଣ୍ଡି ଜିଲ୍ଲା ଗସ୍ତରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ
author img

By

Published : Apr 12, 2022, 10:06 PM IST

ଭବାନୀପାଟଣା: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ କଳାହାଣ୍ଡି ଗସ୍ତରେ ଆସି ଜିଲ୍ଲାର ରାଜସ୍ବ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । କୁହାଯାଉଛି ଏହିପରି ବିଭାଗର ମୁଖ୍ୟଙ୍କ ଦ୍ବାରା ଜିଲ୍ଲା ଗସ୍ତ କରି ରାଜସ୍ବ ବୈଠକ କରିବା ରାଜ୍ୟରେ ପ୍ରଥମ । ଏହା ଦ୍ବାରା ରାଜସ୍ବ ବିଭାଗ ଅଧିକ କ୍ରିୟାଶୀଳ ଓ ଗତିଶୀଳ ହୋଇପାରିବ । ଏହି ବୈଠକରେ ବିଭାଗର ବହୁ ବରିଷ୍ଠ ଅଧିକାରୀ, ଆଇଜିଆର, ଭୂଅଭିଲେଖ ଓ ସର୍ବେକ୍ଷଣ ସଂସ୍ଥାର ନିର୍ଦ୍ଦେଶକ,ଏନଆଇସିର ବରିଷ୍ଠ ଅଧିକାରୀ ଅନଲାଇନ ମାଧ୍ୟମରେ ଯୋଗଦାନ କରିଥିଲେ । ସେହିପରି କଳାହାଣ୍ଡି ଜିଲ୍ଲାର ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପ-ଜିଲ୍ଲାପାଳ, ଜମି ଗ୍ରହଣ ଅଧିକାରୀ, ସ୍ବତନ୍ତ୍ର ଜମି ଗ୍ରହଣ ଅଧିକାରୀ, ତହସିଲଦାର ତଥା ଅନ୍ୟାନ୍ୟ କ୍ଷେତ୍ରାଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ ।

Revenue and Disaster Management Additional Chief Secretary visits Kalahandi district
କଳାହାଣ୍ଡି ଜିଲ୍ଲାର ରାଜସ୍ବ ସମୀକ୍ଷା ବୈଠକ

ଅତିରିକ୍ତ ମୁଖ୍ୟ ଶାସନ ସଚିବ ତହସିଲ ଓ ନିବନ୍ଧନ କାର୍ଯ୍ୟାଳୟକୁ ଆସୁଥିବା ପ୍ରତ୍ୟେକ ଜନସାଧାରଣଙ୍କୁ ସମ୍ମାନ ସହିତ ସେମାନଙ୍କର ଅଭିଯୋଗ ଶୁଣାଣି ଓ ଅଭିଯୋଗ ଉପରେ ତୁରନ୍ତ ନ୍ୟାୟୋଚିତ କାର୍ଯ୍ୟାନୁଷ୍ଠାନ ନେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୀକ୍ଷା ବୈଠକରେ ସମସ୍ତ ଅଧିକାରୀମାନଙ୍କୁ ନିଜ ଓ ନିଜ ଅଧିନସ୍ଥ କାର୍ଯ୍ୟାଳୟମାନଙ୍କରେ ଅଧିକ ସ୍ବଚ୍ଛତା ଆଣିବାପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜନ ସାଧାରଣଙ୍କୁ ଆଇନ ଅନୁଯାୟୀ ଦାଖଲ ଖାରଜ ଓ ଘରବାଡ଼ି ପଟ୍ଟା ସେବା ତ୍ବରିତ ଯୋଗାଇ ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଛି ।

କଳାହାଣ୍ଡି ତହସିଲଦାରଙ୍କୁ ଆସନ୍ତା 1 ମାସ ମଧ୍ୟରେ ସମସ୍ତ ଦାଖଲ ଖାରଜ ମାମଲା ସମ୍ପୂର୍ଣ କରି ଜନସାଧାରଣଙ୍କୁ ଠିକ ସମୟରେ ପଟ୍ଟା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି କଳାହାଣ୍ଡି ଜିଲ୍ଲାରେ 225 ଲଘୁ ଖଣିଜ ଉତ୍ସରୁ ମାତ୍ର 103 ଲଘୁ ଖଣିଜ ଉତ୍ସ କାର୍ଯ୍ୟକ୍ଷମ ହୋଇଥିବାରୁ ଅବଶିଷ୍ଟ ଲଘୁ ଖଣିଜ ଉତ୍ସକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ଲଘୁ ଖଣିଜ ଉତ୍ସକୁ କାର୍ଯ୍ୟକ୍ଷମ କିମ୍ବା ଲଘୁ ଖଣିଜ ଉତ୍ସରୁ ସମସ୍ତ ଲଘୁ ଖଣିଜ ସମ୍ପଦ ସମାପ୍ତ ହୋଇଥିଲେ ତାକୁ ଆଇନ ଅନୁଯାୟୀ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏଥିସହ କଳାହାଣ୍ଡି, ଜୁନାଗଡ ଓ ନର୍ଲା ତହସିଲଦାରଙ୍କୁ ସେମାନଙ୍କ ତହସିଲର ଅଧିକ ଲଘୁ ଖଣିଜ ଉତ୍ସକୁ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ । ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ଏବଂ ବେଆଇନ ଲଘୁ ଖଣିଜ ସମ୍ପଦ ଉଠାଣ ଉପରେ କଡା ପଦକ୍ଷେପ ନେବାକୁ ସମସ୍ତ କ୍ଷେତ୍ରାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ କ୍ଷେତ୍ରାଧିକାରୀଙ୍କୁ ଲଘୁ ଖଣିଜ ସଂପଦରୁ ରାଜସ୍ବ ଆଦାୟ ଉପରେ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳଙ୍କୁ ତହସିଲଦାରମାନଙ୍କୁ ଲଘୁ ଖଣିଜ ଚୋରା ଚାଲାଣ ସମୟରେ ଚଢ଼ାଉ ବେଳେ ସୁରକ୍ଷା ଦେବାକୁ କହିଛନ୍ତି । ତହସିଲଦାରଙ୍କୁ ପୋଲିସ ସହ ଭଲ ସମନ୍ବୟ ରକ୍ଷା କରି ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ରୋକିବା ଦିଗରେ ପଦକ୍ଷେପ ନେବାକୁ କହିଛନ୍ତି ।

କୌଣସି ସରକାରୀ ପ୍ରକଳ୍ପ ଯଥା ରେଳବାଇ, ଜାତୀୟ ରାଜପଥ ଓ ଜଳସେଚନ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣରେ ବିଳମ୍ବ ନ କରିବାକୁ ସମସ୍ତ ଜମି ଅଧିଗ୍ରହଣ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲା ମଧ୍ୟରେ କାର୍ଯ୍ୟକ୍ଷମ ଟିଟିଲାଗଡ ବିଜିଆନଗରମ ଓ ବିଜୁ ଏକ୍ସପ୍ରେସ ୱେ ପାଇଁ ତ୍ବରିତ ଜମି ଅଧିଗ୍ରହଣ କରିବାକୁ କହିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ । ସେହିପରି ଜାତୀୟ ରାଜପଥ 26ରେ ଭବାନୀପାଟଣା ପାଇଁ ଲିଙ୍କ୍‌ ରୋଡ ନିମନ୍ତେ ତ୍ବରିତ ଜମି ଅଧିଗ୍ରହଣ ଉପରେ ଗୁରୁତ୍ବ, ସମସ୍ତ ସରକାରୀ ପ୍ରକଳ୍ପରେ ଜମି ଅଧିଗ୍ରହଣ କରି ଦାଖଲ ଖାରଜ ମାମଲାରେ ପଟ୍ଟା ସଂଶୋଧନ କରି ଜାତୀୟ ରାଜପଥ ପ୍ରାଧିକରଣ ଓ ରେଳପଥ କର୍ତ୍ତୃପକ୍ଷଙ୍କୁ ଜମି ହସ୍ତାନ୍ତର ଉପରେ ଗୁରୁତ୍ବ ଦେଇଥିଲେ । ସମସ୍ତ 5ଟି ଉଚ୍ଚ ବିଦ୍ୟାଳୟକୁ ଏପ୍ରିଲ 30 ସୁଦ୍ଧା ସଂଶୋଧିତ ଜମି ପଟ୍ଟା ଦେବାକୁ ତହସିଲଦାର ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହାବ୍ୟତୀତ ସମସ୍ତ ସରକାରୀ ଶିକ୍ଷ୍ୟନୁଷ୍ଠାନମାନଙ୍କୁ ଏପ୍ରିଲ 30 ସୁଦ୍ଧା ଅତିରିକ୍ତ ଜିଲ୍ଲାପାଳଙ୍କ ସ୍ବତନ୍ତ୍ର ତତ୍ବାବଧାନରେ ଜମି ପଟ୍ଟା ଯୋଗାଇଦେବାକୁ ନିର୍ଦ୍ଦେଶ ରହିଛି । ଉପଯୁକ୍ତ ହିତାଧିକାରୀଙ୍କୁ ଜଙ୍ଗଲ ଜମି ଅଧିକାର ଆଇନ ମାଧ୍ୟମରେ ଅଗ୍ରାଧିକାର ଭିତିରେ ଜମି ଯୋଗାଇଦେବାକୁ ନିର୍ଦ୍ଦେଶ ସହ ନୂତନ ରାଜସ୍ବ ନିରୀକ୍ଷକ ମାନଙ୍କ ପାଇଁ ବାସଭବନ ତଥା କାର୍ଯ୍ୟାଳୟ ନିର୍ମାଣ ଦିଗରେ ଏପ୍ରିଲ 15 ସୁଦ୍ଧା ଜାଗା ଚିହ୍ନଟ ଓ ମୂଲ୍ୟବାନ ସରକାରୀ ଜମିକୁ ସୁରକ୍ଷା ଓ ସଂରକ୍ଷଣ କରିବାକୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ନିୟମିତ ସମୀକ୍ଷା ବୈଠକ କରାଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରାଥମିକତା ଉପରେ ଗୁରୁତ୍ବରୋପ କରି ବିଭିନ୍ନ କାର୍ଯ୍ୟକୁ ତ୍ବରାନ୍ନିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ । ଏଠାରେ ସୂଚନାଯୋଗ୍ୟ, ଏହିପରି ରାଜସ୍ବ ସମୀକ୍ଷା ବୈଠକ ନିୟମିତ ବ୍ୟବଧାନରେ ପ୍ରତ୍ୟେକ ଜିଲ୍ଲା ସହ ଅନୁଷ୍ଠିତ ହେବ ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.