ETV Bharat / state

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ବାଇକ ଆରୋହୀ ମୃତ - କଳାହାଣ୍ଡିରେ ସଡ଼କ ଦୁର୍ଘଟଣା

କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରେ ଟ୍ରକ ସହ ବାଇକର ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଚାଲିଯାଇଛି ଦୁଇ ଜଣଙ୍କ ଜୀବନ । ଅଧିକ ପଢ଼ନ୍ତୁ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦୁଇ ମୃତ
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦୁଇ ମୃତ
author img

By

Published : May 3, 2022, 10:52 PM IST

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରେ ଟ୍ରକ ବାଇକ ମୁହାଁମୁହିଁ ଧକ୍କା । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ କେସିଙ୍ଗା ଥାନା ଅନ୍ତର୍ଗତ ବୋରିଙ୍ଗ ପଦର ଗାଁର ୪ଜଣ ଯୁବକ ଦୁଇଟି ବାଇକ ଯୋଗେ କନ୍ତେଶିର ଗାଁକୁ କୌଣସି କାମ ପାଇଁ ଯାଉଥିବା ସମୟରେ କେସିଙ୍ଗା ଥାନା ସମ୍ମୁଖ ବୁଲାଣିରେ ସାମ୍ନାପଟୁ ଆସୁଥିବା ଏକ ମାଲ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।

ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ତିନିଜଣ ଯୁବକଙ୍କୁ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ସେମାନଙ୍କୁ ପ୍ରଥମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଆଉ ଜଣେ ଗୁରୁତର ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଥିବାବେଳେ ଟ୍ରକ ଡ୍ରାଇଭରକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି । ମୃତ ଯୁବକ ଜଣକ ହେଲେ ବୋରିଙ୍ଗ ପଦର ଗାଁର ପିଣ୍ଟୁ ସା ଓ ସୁରେଶ ମାଝୀ ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.