ETV Bharat / state

ସାମ୍ବାଦିକଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ଆଇନ ଆବଶ୍ୟକ: ଭକ୍ତ ଦାସ

author img

By

Published : Nov 16, 2020, 6:57 PM IST

ସୋମବାର କଳାହାଣ୍ଡି ଠାରେ ଓଡିଶା ସାମ୍ବାଦିକ ୟୁନିଅନ ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ ହୋଇଛି । ଅଧିକ ପଢନ୍ତୁ...

Special laws needed for protection of journalists: Minister Bhakta Charan Das
ସାମ୍ବାଦିକଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ଆଇନ ଆବଶ୍ୟକ: ମନ୍ତ୍ରୀ ଭକ୍ତ ଦାସ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଠାରେ ଓଡିଶା ସାମ୍ବାଦିକ ୟୁନିଅନ ଶାଖା ପକ୍ଷରୁ ସୋମବାର ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ଆଇନ ପ୍ରଣୟନ ହେବା ଜରୁରୀ ବୋଲି ମତ ରଖିଛନ୍ତି ।

ସୋମବାର ଜାତୀୟ ପ୍ରେସ ଦିବସ ଅବସରରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମ ଆରମ୍ଭରେ କୋରୋନାରେ ପ୍ରାଣ ହରାଇଥିବା ଓଡ଼ିଶାର ସମସ୍ତ ସାମ୍ବାଦିକମାନଙ୍କ ଉଦ୍ଦେଶ୍ୟରେ ନିରବ ପ୍ରାର୍ଥନା ସହ ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ସରକାର ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରିବା ଜରୁରୀ ବୋଲି ମତ ବ୍ୟକ୍ତ କରିଥିଲେ । ଏହି ଅବସରରେ ସାମ୍ବାଦିକ ଅଂଶୁମାନ ପାତ୍ର, ରାଜକୁମାର ସିଂ ଦେଓ ଓ ବିକାଶ ଷଡଙ୍ଗୀ ଆଦି ସାମ୍ବାଦିକମାନଙ୍କୁ ସମ୍ମାନିତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର କୋଣ ଅନୁକୋଣରୁ ଅନେକ ସାମ୍ବାଦିକମାନେ ଯୋଗ ଦେଇଥିଲେ ।

କଳାହାଣ୍ଡିରୁ ଅଜିତ କୁମାର ସିଂହ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.