ଭବାନୀପାଟଣା: ରାଜ୍ୟ ବାହାରେ ଥିବା ପ୍ରବାସୀ ଶ୍ରମିକ ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଭାରତୀୟ ଜନତା ପାର୍ଟି କଳାହାଣ୍ଡି ଶାଖା ପକ୍ଷରୁ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ପ୍ରବାସୀ ଶ୍ରମିକମାନେ ଫେରିବା ସମୟରେ ଖାଇବା ପିଇବା ସହ ଔଷଧ ଭଳି ଆନୁସଙ୍ଗିକ ବ୍ୟବସ୍ଥା ଉପରେ ଗୁରୁତ୍ବ ଦେବାପାଇଁ ଦାବି ହୋଇଛି ।
କୋରୋନା ମୁକାବିଲା ନେଇ ସ୍ବତନ୍ତ୍ର ଶ୍ରମିକ ଟ୍ରେନ ଯୋଗେ ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ ଓ ଛାତ୍ରଛାତ୍ରୀ କଳାହାଣ୍ଡିକୁ ଫେରୁଛନ୍ତି । ଏମାନେ ସମସ୍ତେ ସୁଚାରୁ ରୁପେ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚିବେ ସେନେଇ ଜିଲ୍ଲା ପ୍ରଶାସନ ଆବଶ୍ୟକ ମୂଳକ ପଦକ୍ଷେପ ନେବା ପାଇଁ ମଧ୍ୟ ଦଳ ପକ୍ଷରୁ ଦାବି ହୋଇଛି ।
କଳାହାଣ୍ଡିରୁ ଅଜିତ ସିଂହ, ଇଟିଭି ଭାରତ