ETV Bharat / state

କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷା ଦୁଇ ଦିନିଆ କଳାହାଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା - ଆଦିବାସୀ ଜନଜାତି ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କ କଳାହାଣ୍ଡି ଗସ୍ତ

ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ କେନ୍ଦ୍ର ଆଦିବାସୀ ଜନଜାତି ମନ୍ତ୍ରୀ ଅର୍ଜୁନ ମୁଣ୍ଡା । ପ୍ରଥମ ଦିନରେ ଜିଲ୍ଲାର ବିଭିନ୍ନ କାର୍ଯ୍ୟ ବୁଲି ଦେଖିବା ପରେ ଲାଞ୍ଜିଗଡ଼ ଗସ୍ତ କରି ବିଭିନ୍ନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ତଦାରଖ କରିବା ସହ ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଅଧିକ ପଢନ୍ତୁ

କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷା ଦୁଇ ଦିନିଆ କଳାହାଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି

author img

By

Published : Jun 14, 2022, 3:38 PM IST

ଭବାନୀପାଟଣା: ଦୁଇ ଦିନିଆ କଳାହାଣ୍ଡି ଜିଲ୍ଲା ଗସ୍ତରେ କେନ୍ଦ୍ର ଆଦିବାସୀ ଜନଜାତି ମନ୍ତ୍ରୀ ଅର୍ଜୁନ ମୁଣ୍ଡା । ପ୍ରଥମ ଦିନରେ ଜିଲ୍ଲାର ବିଭିନ୍ନ କାର୍ଯ୍ୟ ବୁଲି ଦେଖିବା ପରେ ଆଜି(ସୋମବାର) ଲାଞ୍ଜିଗଡ଼ ଗସ୍ତ କରି ବିଭିନ୍ନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ତଦାରଖ କରିବା ସହ ହିତାଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି । ପରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠିତ ବୈଠକରେ କେନ୍ଦ୍ରମନ୍ତ୍ରୀ ସହ ଜିଲ୍ଲାପାଳ ଗାଭାଳି ପରଗ ହର୍ଷଦ, ସାଂସଦ ବସନ୍ତ ପଣ୍ଡା, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ସୋମେଶ ଉପାଧ୍ୟାୟ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ ଓ ଜିଲ୍ଲା ପ୍ରଶାସନର ସମସ୍ତ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ।

କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷା ଦୁଇ ଦିନିଆ କଳାହାଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି

କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଜିଲ୍ଲା ଶିକ୍ଷା, ସ୍ବାସ୍ଥ୍ୟ ଗମାନଗମ ଠାରୁ ଆରମ୍ଭ କରି ଆଦିବାସୀଙ୍କ ଜୀବନ-ଜୀବିକା, କଳା-ସଂସ୍କୃତି ଓ ଅପହଞ୍ଚ ଇଲାକାରେ ସରକାରଙ୍କ ଯୋଜନା ପହଞ୍ଚିବା ନେଇ ସମୀକ୍ଷା କରିଥିଲେ । ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀ ରେକେନ୍ଦ୍ର ମନ୍ତ୍ରୀଙ୍କ ସହ ଜିଲ୍ଲାପାଳ ଗଭାଳି ପରଗ ହର୍ଷଦ ଓ ସାଂସଦ ବସନ୍ତ ପଣ୍ଡା ଉପସ୍ଥିତ ଥିଲେ ।

ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ମନ୍ତ୍ରୀ କହିଛନ୍ତି, "ପୂର୍ବ ଅପେକ୍ଷା କଳାହାଣ୍ଡି ବେଶ ଉନ୍ନତି କରିବା ସହ ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ଅଗ୍ରଗତି ହୋଇଛି । ଏହାସହ କେନ୍ଦ୍ର ସରକାର ଅନେକ ଯୋଜନା ସାଧାରଣ ଲୋକଙ୍କ ନିକଟରେ ପହଞ୍ଚି ପାରିଛି ।"

ଇଟିଭି ଭାରତ, କଳାହାଣ୍ଡି

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.