ଭୁବନେଶ୍ବର: କନ୍ଧମାଳ ଗସ୍ତରେ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ନେତୃତ୍ବରେ ଯାଇଛନ୍ତି ପ୍ରତିନିଧି ଦଳ । ପ୍ରତିନିଧି ଦଳରେ ରହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିୟାନ । ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ କରିବ ପ୍ରତିନିଧି ଦଳ ।
ଏହି ପ୍ରତିନିଧି ଟିମରେ ପୂର୍ତ୍ତ ସଚିବ କ୍ରିଷନ କୁମାର ଓ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର. ଭିନିଲ କ୍ରିଷ୍ଣା ମଧ୍ୟ ଏହି ଗସ୍ତରେ ସାମିଲ ଅଛନ୍ତି । ଏମାନେ ଜିଲ୍ଲାରେ ପ୍ରସ୍ତାବିତ ମେଡିକାଲ କଲେଜ ନିର୍ମାଣ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରିବେ । ଏହାପରେ ଜିଲ୍ଲାପାଳଙ୍କ ସହିତ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ ।
କନ୍ଧମାଳରେ ମେଡିକାଲ କଲେଜ ଏବଂ ହସ୍ପିଟାଲ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ବିଧିବଦ୍ଧ ନିଷ୍ପତ୍ତି ନେଇଛନ୍ତି । ଫୁଲବାଣୀରେ ସମ୍ପୂର୍ଣ୍ଣ ଭାବେ ରାଜ୍ୟ ସରକାରଙ୍କ ଉଦ୍ୟମରେ ୧୦୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ଗତ ବର୍ଷ ଡିସେମ୍ବର 10 ତାରିଖରେ ଘୋଷଣା କରିଥିଲେ । ୩ ବର୍ଷ ମଧ୍ୟରେ ମେଡିକାଲ କଲେଜ ସାରିବାକୁ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର ।
ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ