ETV Bharat / state

ବାଲିଗୁଡା ଓ ତୁମୁଡିବନ୍ଧ ଥାନା ଅଞ୍ଚଳରେ ଲାଗିଲା ମାଓ ପୋଷ୍ଟର - ମାଓ ପୋଷ୍ଟର

କିଛି ଦିନର ନୀରବତା ପରେ କନ୍ଧମାଳରେ ପୁଣି ନିଜର ସ୍ଥିତି ଜାହିର କଲା ମାଓ ସଙ୍ଗଠନ । ବାଲିଗୁଡା ଓ ତୁମୁଡିବନ୍ଧ ଥାନା ଅଞ୍ଚଳରେ ଲାଗିଲା ମାଓ ପୋଷ୍ଟର । ଅଧିକ ପଢନ୍ତୁ

ବାଲିଗୁଡା ଓ ତୁମୁଡିବନ୍ଧ ଥାନା ଅଞ୍ଚଳରେ ଲାଗିଲା ମାଓ ପୋଷ୍ଟର

author img

By

Published : May 18, 2022, 1:41 PM IST

ଫୁଲବାଣୀ: କିଛି ଦିନର ନୀରବତା ପରେ କନ୍ଧମାଳରେ ମାଓ ସଙ୍ଗଠନ ପୁଣି ନିଜର ସ୍ଥିତି ଜାହିର କରିଥିବା ଜଣାପଡ଼ିଛି । ଜିଲ୍ଲାର ବାଲିଗୁଡ଼ା ଥାନା ଲଣ୍ଡା ଗାଁ, ଖମଣଖୋଲ ଓ ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼ ଅଞ୍ଚଳରେ ମାଓ ସଙ୍ଗଠନ ପକ୍ଷରୁ ପୋଷ୍ଟର ବ୍ୟାନର ଜାରି ହୋଇଥିବା ଦେଖିବାକୁ ମିଳିଛି । ମେ ୨୦ ତାରିଖ ଓଡ଼ିଶା-ପୂର୍ବ ଛତିଶଗଡ଼ ୨୪ ଘଣ୍ଟିଆ ବନ୍ଦ ପାଳନ କରିବାକୁ ବ୍ୟାନର ପୋଷ୍ଟର ମାଧ୍ୟମରେ ଆହ୍ବାନ ଦିଆଯାଇଛି ।

ବାଲିଗୁଡା ଓ ତୁମୁଡିବନ୍ଧ ଥାନା ଅଞ୍ଚଳରେ ଲାଗିଲା ମାଓ ପୋଷ୍ଟର

ମୁକୁନ୍ଦ କହଁର ହତ୍ୟାକାରୀ ପୋଲିସ୍ କର୍ମଚାରୀଙ୍କୁ କଠିନରୁ କଠିନ ଦଣ୍ଡ ଦିଆଯାଉ, ଆଗାମୀ ଦିନରେ ପୋଲିସ୍ ଓ ସିଆରପିଏଫ୍ ଗୁଣ୍ଡାଙ୍କ ଅତ୍ୟାଚାର ଓ ହତ୍ୟା ବିରୋଧରେ ସ୍ଥାନୀୟ ଜନତା ବିଦ୍ରୋହ ଆରମ୍ଭ କରନ୍ତୁ ବୋଲି ବ୍ୟାନରରେ ଉଲ୍ଲେଖ ଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ଗତ ଫେବୃଆରୀ ମାସରେ ପୋଲିସକୁ ଟାର୍ଗେଟ କରି ଆଇଇଡି ଖଞ୍ଜା ଯାଇଥିଲା । କିନ୍ତୁ ଦୁର୍ଭାଗ୍ୟବଶତଃ ସାମ୍ବାଦିକ ରୋହିତ ବିଶ୍ଵାଳଙ୍କ ମୃତ୍ୟୁ ଘଟିଥିଲା । ଏହି ଦୁଃଖଦ ଘଟଣା ପାଇଁ ଆମେ ଜନତାଙ୍କୁ ଓ ମୃତକଙ୍କ ପରିବାରକୁ କ୍ଷମା ମାଗୁଛୁ । ଏହି ଘଟଣା ପାଇଁ ପୋଲିସ ଦାୟୀ ଅଟେ । ଶେଷରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାଓବାଦୀ) ବୋଲି ପୋଷ୍ଟରରେ ଉଲ୍ଲେଖ ଥିବା ମଧ୍ୟ ଦେଖିବାକୁ ମିଳିଛି ।

କନ୍ଧମାଳରୁ ସଞ୍ଜୟ ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.