ETV Bharat / state

Crocodile Breeding: ୩ ମାସ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ - ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ଆସନ୍ତା ୩ ମାସ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଅଧିକ ପଢନ୍ତୁ

Crocodile Breeding: ୩ ମାସ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

author img

By

Published : Apr 30, 2022, 9:56 PM IST

କେନ୍ଦ୍ରାପଡ଼ା: ପ୍ରଜନନ ପାଇଁ ବନ୍ଦ ରହିବ କୁମ୍ଭୀରମାନଙ୍କ ଏନ୍ତୁଡ଼ିଶାଳ ଭିତରକନିକା । ବିଶ୍ବପ୍ରସିଦ୍ଧ ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ବଉଳା କୁମ୍ଭୀରମାନଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ବନବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି ।

Crocodile Breeding: ୩ ମାସ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

୩ମାସ ପର୍ଯ୍ୟନ୍ତ କୌଣସି ପର୍ଯ୍ୟଟକ ଜାତୀୟ ଉଦ୍ୟାନ ଭିତରକନିକାକୁ ପ୍ରବେଶ କରିପାରିବେ ନାହିଁ । ଏହି ୩ମାସ ଭିତରକନିକା ଭିତରେ ବୋଟ ଚଳାଚଳ କରିବ ନାହିଁ କାରଣ ବୋଟ ଚଳାଚଳ କରିବା ଦ୍ବାରା କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ । କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟା ପରେ ମା' କୁମ୍ଭୀରମାନେ ଅଣ୍ଡାଦାନ କରିଥାନ୍ତି । ଅଣ୍ଡାଦାନ କରିବା ପରେ ଛୁଆ ଫୁଟିବା ଯାଏଁ ଅଣ୍ଡା ଦେଇଥିବା ବସାକୁ ଜଗି ରହିଥାନ୍ତି ମା'କୁମ୍ଭୀର ।

ଅଣ୍ଡାଦାନ ପରେ ମା' କୁମ୍ଭୀରମାନେ ଅଧିକ ହିଂସ୍ର ହେବା ସହ ଆକ୍ରମଣ କରିବାର ସମ୍ଭାବନା ଥାଏ । ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ତିନିମାସ ଭିତରକନିକା ବନ୍ଦ ରହିଥାଏ । ଅନ୍ୟପଟେ ଭିତରକନିକା ସଂଲଗ୍ନ ନଦୀକୂଳିଆ ଗ୍ରାମବାସୀ ସତର୍କତାର ସହିତ ନଦୀରେ ଚଳପ୍ରଚଳ ହେବା ପାଇଁ ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।

କେନ୍ଦ୍ରାପଡ଼ାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.