ETV Bharat / state

ଦେଶର ପ୍ରଥମ, ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ

author img

By

Published : Apr 30, 2023, 4:33 PM IST

ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ । ଏହା ଦେଶର ପ୍ରଥମ ଆଦର୍ଶ କଲୋନୀ ହେବାକୁ ଯାଉଛି । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଗସ୍ତର 24 ଘଣ୍ଟା ମଧ୍ୟରେ ମଞ୍ଜୁର ହୋଇଛି ଟଙ୍କା । 22 କୋଟି ଟଙ୍କା ମଞ୍ଜୁରୀ ଦେଇଛନ୍ତି ରାଜ୍ୟ ସରକାର । ଜଳବାୟୁ ପରିବର୍ତ୍ତନ ଦ୍ଵାର ପ୍ରଭାବିତ ଲୋକଙ୍କ ଥଇଥାନ ପାଇଁ ଏହା ଦେଶର ପ୍ରଥମ ଆଦର୍ଶ କଲୋନୀ ହେବାକୁ ଯାଉଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି. କେ ପାଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ କ୍ରୀଷ୍ଣା ଓ ପୂର୍ତ୍ତ ସଚିବ ଭି ଭି ଯାଦବ କେନ୍ଦ୍ରପଡା ଗସ୍ତରେ ଯାଇଥିଲେ । 27 ଓ 28 ତାରିଖରେ ଟିମ ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି । ଗସ୍ତର ଦ୍ଵିତୀୟ ଦିନରେ ଟିମ ସାତଭାୟା ବଗପାଟିଆ ଅଞ୍ଚଳ ପରିଦର୍ଶନ କରିଥିଲେ । ଏହି ସମୟରେ ଟିମ ବିସ୍ଥାପିତ ଲୋକମାନଙ୍କୁ ଭେଟିଥିଲେ । ସେମାନଙ୍କ ସମସ୍ୟା ବାବଦରେ ବୁଝିଥିଲେ । ସରକାରଙ୍କ ଯୋଜନା ବିଷୟରେ ଲୋକଙ୍କ ସହ ଆଲୋଚନା କରିଥିଲେ ଏବଂ ସେମାନଙ୍କ ମତାମତ ପଚାରି ବୁଝିଥିଲେ ।

ଏହା ବି ପଢନ୍ତୁ- ରାଜ୍ୟରେ ଚିଟଫଣ୍ଡ ଜାଲିଆତି, ଜମାକାରୀଙ୍କ ଟଙ୍କା ଫେରାଇବାକୁ କ୍ରାଇମବ୍ରାଞ୍ଚ ପ୍ରସ୍ତୁତି

ପରେ ଭୁବନେଶ୍ବର ଫେରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସ୍ଥାନୀୟ ଲୋକଙ୍କ ଆବଶ୍ୟକତା ସମ୍ପର୍କରେ ଅବଗତ କରିଥିଲେ । ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ସାତଭାୟା ବଗପାଟିଆ ଆଦର୍ଶ କଲୋନୀ ପାଇଁ ପ୍ରଥମ ପର୍ଯ୍ୟାୟରେ ତୁରନ୍ତ 22 କୋଟି 50 ଲକ୍ଷ 71 ହଜର ଟଙ୍କାର ପ୍ୟାକେଜ ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେ ଅଞ୍ଚଳରେ ବନ୍ଧ ବାଡର ସୁଦୃଢୀକରଣ ସହିତ ହିତାଧିକାରୀଙ୍କ ବାସଗୃହ, ଜୀବିକା କାର୍ଯ୍ୟକ୍ରମ, ରାସ୍ତା, ପିଇବା ପାଣି, ବିଜୁଳି ଓ ପଞ୍ଚାୟତ ଗୃହ ଆଦି ଭିତ୍ତିଭୂମିର ବିକାଶ କରାଯିବ ।

ଏହା ସହିତ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସେମାନଙ୍କୁ ଚାଷ ଜମି ମଧ୍ୟ ଯୋଗାଇ ଦିଆଯିବ । ସେହିପରି ପ୍ରସିଦ୍ଧ ପଞ୍ଚୁବରାହୀ ପୀଠରେ ଭିତ୍ତିଭୂମିର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ସହ ଲାଇଟ ଆଣ୍ଡ ସାଉଣ୍ଡର ବ୍ୟବସ୍ଥା କରାଯିବ । ଏହାକୁ ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥାନ ଭାବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଏ ସମସ୍ତ କାମ 5T ଉପକ୍ରମରେ ତୁରନ୍ତ ହାତକୁ ନେଇ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ସାତଭାୟା ଅଞ୍ଚଳ ସମୁଦ୍ରରେ ଲୀନ ହୋଇଯାଇଥିବାରୁ କ୍ଷତିଗ୍ରସ୍ତ ଲୋକଙ୍କୁ ବଗପାଟିଆରେ ଥଇଥାନ କରାଯାଉଛି।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.