କେନ୍ଦ୍ରାପଡା: ବାତ୍ୟା ଅମ୍ଫାନରେ କ୍ଷତିଗ୍ରସ୍ତ ଲୋକଙ୍କୁ ଏପର୍ଯ୍ୟନ୍ତ ମିଳିନି ସାହାଯ୍ୟ । ଏନେଇ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ଜିଲ୍ଲା ଶାଖା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏହି ବିକ୍ଷୋଭ ହୋଇଛି ।
ବିଭିନ୍ନ ଦାବି ନେଇ ସଙ୍ଗଠନ ପକ୍ଷରୁ ବିରୋଧ ପ୍ରଦର୍ଶନ ହୋଇଛି । ଏହାସହ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଛି । ମହାବାତ୍ୟା ଅମ୍ଫାନରେ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବାକୁ ଏଥିରେ ଦାବି କରାଯାଇଛି ।
ସେହିପରି ମନରେଗା ଯୋଜନାରେ ଶ୍ରମିକଙ୍କୁ 200 ଦିନର କାମ ଯୋଗାଇଦେବା, ପ୍ରବାସୀ ଶ୍ରମିକଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା, କୃଷକଙ୍କୁ ଋଣ ଛାଡ କରିବା ପାଇଁ ଏଥିରେ ଉଲ୍ଲେଖ କରାଯାଇଛି । ଏନେଇ ଏକ ଦାବିପତ୍ର ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ପ୍ରଦାନ କରାଯାଇଛି ।
କେନ୍ଦ୍ରାପଡାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ