ETV Bharat / state

ସାମ୍ବାଦିକଙ୍କୁ ମାଡ଼ ଅଭିଯୋଗରେ ନିର୍ବାଚନ କମିଶନରଙ୍କୁ ଦାବିପତ୍ର ପ୍ରଦାନ

author img

By

Published : Feb 21, 2022, 4:27 PM IST

ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ଖବର ସଂଗ୍ରହ ବେଳେ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକରେ ୩ ଜଣ ସାମ୍ବାଦିକଙ୍କୁ ଆକ୍ରମଣ ହୋଇଥିଲା । ଏହି ଘଟଣାକୁ କେନ୍ଦ୍ରାପଡା ଜିଲ୍ଲା ସାମ୍ବାଦିକମାନେ ତୀବ୍ର ନିନ୍ଦା କରିଛନ୍ତି । ଅଧିକ ପଢ଼ନ୍ତୁ

kendrapara journalists given a demand letter to election commission seeking justice on journalists attack
ସାମ୍ବାଦିକଙ୍କୁ ମାଡ଼ ଅଭିଯୋଗରେ ନିର୍ବାଚନ କମିଶନରଙ୍କୁ ଦାବିପତ୍ର ପ୍ରଦାନ

କେନ୍ଦ୍ରାପଡ଼ା: ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ଖବର ସଂଗ୍ରହ ବେଳେ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକରେ ୩ ଜଣ ସାମ୍ବାଦିକଙ୍କୁ ଆକ୍ରମଣ ହୋଇଥିଲା । ଏହି ଘଟଣାକୁ କେନ୍ଦ୍ରାପଡା ଜିଲ୍ଲା ସାମ୍ବାଦିକମାନେ ତୀବ୍ର ନିନ୍ଦା କରିଛନ୍ତି । ଏହି ପରିପ୍ରେକ୍ଷୀରେ କେନ୍ଦ୍ରାପଡା ସାମ୍ବାଦିକ ସମୁହଙ୍କ ପକ୍ଷରୁ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

ଆକ୍ରମଣରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ସହ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରାଯାଇଛି । ସେହିପରି ଆଉ ଦୁଇ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ସମେତ ହେବାକୁ ଥିବା ପୌର ନିର୍ବାଚନରେ ସାମ୍ବାଦିକମାନଙ୍କୁ କର୍ମକ୍ଷେତ୍ରରେ ସୁରକ୍ଷା ଯୋଗାଇ ଦେବାକୁ ଦାବି କରିଛନ୍ତି ସାମ୍ବାଦିକଗଣ । ତା ସହିତ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ପାଇଁ ସାମ୍ବାଦିକ ମାନେ ଦାବି କରିଛନ୍ତି ।

ଏହାକୁ ନେଇ ରାଜ୍ୟ ନିର୍ବାଚନ କମିଶନରଙ୍କ ଉଦ୍ଦେଶ୍ୟରେ କେନ୍ଦ୍ରାପଡା ଅତିରିକ୍ତ ଜିଲ୍ଲାପାଳ ଦୁର୍ଗା ପ୍ରସାଦ ମହାରଣାଙ୍କୁ ସାମ୍ବାଦିକମାନେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଏହି ଦାବିପତ୍ର ପ୍ରଦାନ ବେଳେ କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ସାମ୍ବାଦିକ ଉପସ୍ଥିତ ଥିଲେ । ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକରେ ବୁଥ୍‌ ରିଗିଂ ଖବର ସଂଗ୍ରହ ବେଳେ ସ୍ଥାନୀୟ ଲୋକେ ତିିନି ଜଣ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ।

କେନ୍ଦ୍ରାପଡ଼ାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.