କେନ୍ଦ୍ରାପଡା: ପୌରପାଳିକା ଆନୁକୂଲ୍ୟରେ ପାଳିତ ହୋଇଛି ସର୍ବ ଭାରତୀୟ ସ୍ବାୟତ୍ତ ଶାସନ ଦିବସ । କେନ୍ଦ୍ରାପଡା ଟାଉନ ହଲ ସଭାଗୃହ ପରିସରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି । 150 ବର୍ଷ ପୂର୍ତ୍ତି ଅବସରରେ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।
ଏହାସହ ସମ୍ନାନିତ ଅତିଥି ଭାବେ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା ଓ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସମେତ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମାନସ ପରିଡ଼ା ପ୍ରମୁଖ ଯୋଗ ଦେଇଥିଲେ । କେନ୍ଦ୍ରାପଡା ପୌରପାଳିକାର ଉନ୍ନତିକରଣ ପାଇଁ ସମସ୍ତେ ସହଯୋଗର ହାତ ବଢାଇବାକୁ ଅତିଥିମାନେ ମତବ୍ୟକ୍ତ କରିଥିଲେ ।
କାର୍ଯ୍ୟକ୍ରମ ଶେଷରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଛାତ୍ରଛାତ୍ରୀ ଓ ସାମାଜିକ କର୍ମୀଙ୍କୁ ପୁରସ୍କୃତ କରାଯାଇଥିଲା ।
କେନ୍ଦ୍ରାପଡାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ