ETV Bharat / state

ଅକ୍ସିଜେନ ପ୍ଲାଣ୍ଟ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ - kendrapara oxygen plant

କେନ୍ଦ୍ରାପଡ଼ା ଜିଲ୍ଲା ମଧ୍ୟ ଅକ୍ସିଜେନା ପ୍ଲାଣ୍ଟର ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି । ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ନେତା ମନ୍ତ୍ରୀ । ଅଧିକ ପଢ଼ନ୍ତୁ...

କେନ୍ଦ୍ରାପଡ଼ାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

author img

By

Published : Jun 24, 2021, 10:38 PM IST

କେନ୍ଦ୍ରାପଡା: କୋରୋନା ମୁକାବିଲା ପାଇଁ ରାଜ୍ୟର 8 ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଡର ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି । ସେଥିମଧ୍ୟରେ କେନ୍ଦ୍ରାପଡ଼ା ଜିଲ୍ଲା ମଧ୍ୟ ସାମିଲ ରହିଛି । ଗୁରୁବାର ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।

କେନ୍ଦ୍ରାପଡ଼ାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏହି ଭର୍ଚ୍ଚୁଆଲ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ 500ଲିଟର ଅକ୍ସିଜେନ ଭେସେଲ ଓ ଲିକ୍ୱିଡ଼ ଅକ୍ସିଜେନ ପ୍ଲାଣ୍ଟ ପାଇଁ ହୋଇଥିବା ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଜିଲ୍ଲାରେ ନିର୍ମାଣାଧୀନ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏହି ପ୍ଲାଣ୍ଟ ସ୍ଥାପନ ପାଇଁ ଯୋଜନା ରହିଛି।

ଏହି ଅନଲାଇନ ଶିଳାନ୍ୟାସ କାର୍ଯ୍ୟକ୍ରମରେ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ସାଂସଦ ଅନୁଭବ ମହାନ୍ତି, କେନ୍ଦ୍ରାପଡ଼ା ବିଧାୟକଙ୍କ ସମେତ ଜିଲ୍ଲାପାଳ ଓ ମୁଖ୍ୟ ଚିକିତ୍ସାଧିକାରିଣୀ ଉପସ୍ଥିତ ରହିଥିଲେ । କେନ୍ଦ୍ରାପଡ଼ା ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ସ୍ଥାପନ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ଅତନୁ ସବ୍ୟସାଚୀ ନାୟକ ।

କୋଭିଡ ଦ୍ଵିତୀୟ ଲହର ସମୟରେ ପ୍ରାୟ 18ଟି ରାଜ୍ୟକୁ ଅକ୍ସିଜେନ ଯୋଗାଇଥିଲା ଓଡ଼ିଶା । ଯାହାଦ୍ବାରା ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସାଧୁବାସ ପାଇଥିଲେ । ସଠିକ ସମୟରେ ମୁଖ୍ୟମନ୍ତ୍ରୀ ସଠିକ ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି ଉପସ୍ଥିତ ନେତା ମନ୍ତ୍ରୀ ।

କେନ୍ଦ୍ରାପଡ଼ାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.