କେନ୍ଦୁଝର: ଜିଲ୍ଲାରେ ଆଜି (ମଙ୍ଗଳବାର) ୮ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୮ ଆକ୍ରାନ୍ତଙ୍କ ମଧ୍ୟରେ ୭ ଜଣ ସ୍ଥାନୀୟ ଚିହ୍ନଟ ହୋଇଥିବା ବେଳେ ଜଣେ କୋରୋନା ଯୋଦ୍ଧା ଥିବା ଜିଲ୍ଲାପାଳ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି ।
ସମସ୍ତ ୭ ଜଣଙ୍କୁ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଥିବାବେଳେ, କୋରୋନା ଯୋଦ୍ଧା ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି । ଜିଲ୍ଲାରେ ଆଜିକୁ ମିଶାଇ ୪୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୮ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ୮୪ଟି ଆକ୍ଟଭ କେସ ରହିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଜଣାପଡ଼ିଛି ।
ସମସ୍ତ ନାଗରିକଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ୱ ରଖିଲେ କୋରୋନାକୁ ପ୍ରତିହିତ କରିହେବ ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି ।
କେନ୍ଦୁଝରରୁ ସନ୍ତୋଷ ମହାପାତ୍ର, ଇଟିଭି ଭାରତ