ETV Bharat / state

ନୂତନ କୃଷି ଆଇନକୁ ବିରୋଧ, କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ - agitation in keunjhar collector office

କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନ ପ୍ରତ୍ୟାହାର ଦାବିରେ ଆଜି(ସୋମବାର) କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଅଧିକ ପଢ଼ନ୍ତୁ...

agitation in front of keunjhar collector office against new farm law
ନୂତନ କୃଷି ଆଇନକୁ ବିରୋଧ, କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
author img

By

Published : Dec 14, 2020, 8:28 PM IST

କେନ୍ଦୁଝର: କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନ ପ୍ରତ୍ୟାହାର ଦାବିରେ ଆଜି(ସୋମବାର) କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ରାଜଧାନୀ ଦିଲ୍ଲୀରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ କରି ନବନିର୍ମାଣ କୃଷକ ସଙ୍ଗଠନ ସହ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂତନ କୃଷି ଆଇନ ପ୍ରତ୍ୟାହାର ଦାବିରେ ଏକ ଶୋଭାଯାତ୍ରା ମଧ୍ୟ କରାଯାଇଥିଲା।

ନୂତନ କୃଷି ଆଇନକୁ ବିରୋଧ, କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ନୂତନ କୃଷି ଆଇନ ପ୍ରତ୍ୟାହାର ଦାବିରେ ନବନିର୍ମାଣ କୃଷକ ସଙ୍ଗଠନ ସହ ଓଡିଶା କୃଷକ ସଭା ସହ ପାଚିକା ସଙ୍ଘ ମଧ୍ୟ ସାମିଲ ହୋଇଥିଲା। ଏନେଇ ସ୍ଥାନୀୟ ଶହୀଦ ସଦନଠାରୁ ପ୍ରାୟ ୫୦ରୁ ଊର୍ଦ୍ଧ୍ବ ସଦସ୍ୟ ଏକ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଥିଲେ। କେନ୍ଦ୍ର ସରକାର ଆଣିଥିବା କୃଷକ ନୀତିକୁ ପ୍ରତ୍ୟାହାର କରିବା, ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି, ୨୦୨୦ ବିଦ୍ୟୁତ ବିଲ ପ୍ରତ୍ୟାହାର କରିବାକୁ ଦାବି କରିଥିଲେ ଆନ୍ଦୋଳନକାରୀ।

ଆନ୍ଦୋଳନକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରସାଶନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଦାବି ପୂରଣ ନହେଲେ ଆଗାମୀ ଦିନରେ ତୀବ୍ର ଆନ୍ଦୋଳନ କରିବାକୁ ଧମକ ଦେଇଛନ୍ତି ଆନ୍ଦୋଳନକାରୀ। ନୂତନ କୃଷି ଆଇନକୁ ବିରୋଧ କରି ଦିଲ୍ଲୀରେ ନଭେମ୍ବର 26 ତାରିଖରୁ ଆନ୍ଦୋଳନ ଜାରି ରଖିଛନ୍ତି ଚାଷୀ।

କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.