ETV Bharat / state

ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

author img

By

Published : Jun 28, 2020, 11:57 AM IST

ଗତ ଶନିବାର ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ କୌଣସି ଏକ ଘଟଣାର ତଦନ୍ତ ପାଇଁ ଆସିଥିଲେ ଜିଲ୍ଲା ମୁଖ୍ୟଚିକିତ୍ସାଧିକାରୀ । ଏହି ସମୟରେ ସେ ସୁରକ୍ଷାକର୍ମୀ ଓ ସଫେଇ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିଥିବାର ଅଭିଯୋଗ ହୋଇଛି । ଯାହାକୁ ନେଇ ଆଜି କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି । ଅଧିକ ପଢନ୍ତୁ...

ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ସଫେଇ କର୍ମଚାରୀ ଓ ସୁରକ୍ଷା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ । ଜିଲ୍ଲା ମୁଖ୍ୟଚିକିତ୍ସା ଅଧିକାରୀଙ୍କ ଦୁର୍ବ୍ୟବହାର ପରେ କାର୍ଯ୍ୟବନ୍ଦ ଆନ୍ଦୋଳନର ଡାକରା ଦେଇଛନ୍ତି ସଫେଇ କର୍ମଚାରୀ । ଏହା ସହ ଆଜି ସକାଳୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି ।

ଗତ ଶନିବାର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ଏକ ଘଟଣାର ତଦନ୍ତ କରିବାକୁ ଆସିଥିଲେ । ଏହି ସମୟରେ ସେ ସୁରକ୍ଷା କର୍ମଚାରୀଙ୍କ ସୁପରଭାଇଜରଙ୍କୁ ଡାକି ’ତୁମେ ମୂଲିଆ ମୂଲିଆ ପରି ରୁହ’’ ବୋଲି କହିଥିବାର ଅଭିଯୋଗ ହୋଇଛି ।

ମହାମାରୀ କୋରୋନା ସମୟରେ କେନ୍ଦ୍ର ଏବଂ ରାଜ୍ୟ ସରକାର ସଫେଇ ଏବଂ ସୁରକ୍ଷା କର୍ମଚାଙ୍କୁ କୋରୋନା ଯୋଦ୍ଧା ରୂପେ ସମ୍ମାନ ଦେଉଛନ୍ତି । ସେପଟେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ଏଭଳି କଟୁ ମନ୍ତବ୍ୟ ଦେବାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଖବର ପାଇ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ସେଠାରେ ପହଞ୍ଚି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଏଭଳି ମନ୍ତବ୍ୟକୁ ନିନ୍ଦା କରିଛନ୍ତି । ଅନ୍ୟ ପକ୍ଷରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ୭ ଦିନ ମଧ୍ୟରେ ଏହାର ସମାଧାନ ନକଲେ ବାଧ୍ୟ ହୋଇ ମୁଖ୍ୟମନ୍ତ୍ରୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ବିଧାୟକ ଶ୍ରୀ ସେଠୀ କହିଛନ୍ତି ।

ଆନନ୍ଦପୁରରୁ ସ୍ମୃତି ରଞ୍ଜନ ବିହାରୀ, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.