ETV Bharat / state

ମେଗାୱାଟ ଲୋୟର ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ - Baitarani Small Hydroelectric power Project

ଆନନ୍ଦପୁରର ସିଂହନାଳୀରେ ୨୪ ମେଗାୱାଟ ବିଶିଷ୍ଟ ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

CM Naveen patnaik inaugurates Baitarani Small Hydroelectric power Project
ମେଗାୱାଟ ଲୋୟର ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ
author img

By

Published : Nov 8, 2020, 5:02 AM IST

କେନ୍ଦୁଝର: ଲୋକାର୍ପିତ ହୋଇଛି ଆନନ୍ଦପୁର ମେଗାୱାଟ ଲୋୟର ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପ । ରାଜ୍ୟ ଗ୍ରୀଡକୁ ବର୍ଷକୁ ଶହେ ମିଲିଅନ ୟୁନିଟ ବିଜୁଳି ମିଳିବ ଜିଲ୍ଲା ଖଣିଜ ପାଣ୍ଠିର ଟଙ୍କା କେବଳ ଲୋକଙ୍କ କଲ୍ୟାଣ ପାଇଁ ଖର୍ଚ୍ଚ କରାଯିବ । ଖଣିଜ ପାଣ୍ଠିର ଟଙ୍କା ହେଉଛି ଲୋକଙ୍କ ଟଙ୍କା । ଏହାର ସବୁ ଟଙ୍କା କେବଳ ଲୋକଙ୍କ କଲ୍ୟାଣ ପାଇଁ ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଶନିବାର ଭିଡିଓ କନଫରେନସିଂ ଜରିଆରେ ଆନନ୍ଦପୁରର ସିଂହନାଳୀରେ ୨୪ ମେଗାୱାଟ ବିଶିଷ୍ଟ ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମେଗାୱାଟ ଲୋୟର ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ

ଉଭୟ ଦେଶ ଓ ରାଜ୍ୟ ଅର୍ଥନୀତିରେ କେନ୍ଦୁଝର ଜିଲ୍ଲାର ବିଶେଷ ଅବଦାନ ରହିଛି । କେନ୍ଦୁଝରରେ ଏକ ମେଡିକାଲ କଲେଜ ଓ ହସ୍ପିଟାଲ କାର୍ଯ୍ୟ ଚାଲିଛି । ଜିଲ୍ଲାର ସବୁ ରାସ୍ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ମେଗା ପିଇବା ପାଣି ପ୍ରକଳ୍ପରେ ଜିଲ୍ଲାର ସବୁ ଘର, ଗାଁ ଓ ସହର ସବୁ ଅଞ୍ଚଳରେ ପାଇପ ପାଣି ଯୋଗାଇ ଦେବା ପାଇଁ କାମ ଚାଲିଥିବା କହିଛନ୍ତି ।

ଲୋୟର ବୈତରଣୀ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ହେଉଛି ସବୁଜ ଓ ପୁନଃ ବ୍ୟବହାରକ୍ଷମ ଶକ୍ତି କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ । ଏହା ପରିବେଶ ଅନୁକୂଳ ଏବଂ ଏହି ପ୍ରକଳ୍ପରେ କେହି ଜଣେ ବି ବିସ୍ଥାପିତ ହୋଇନଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି । ଏହିଭଳି ଅନେକ ଛୋଟ ଛୋଟ ଶକ୍ତି ପ୍ରକଳ୍ପ ଦ୍ବାରା ଓଡିଶା ପରିବେଶ ପରିବର୍ତ୍ତନ ଆହ୍ବାନକୁ ଠିକ୍‌ ଭାବରେ ମୁକାବିଲା କରିପାରିବ । ବୈତରଣୀ ନଦୀ ଉପରେ ନିର୍ମିତ ଏହି ପ୍ରକଳ୍ପ ହାଇଦ୍ରାବାଦସ୍ଥିତ ବୈତରଣୀ ପାୱାର ପ୍ରୋଜେକ୍ଟ ପ୍ରାଇଭେଟ ଲିମିଟେଡ ଦ୍ବାରା ସ୍ଥାପନ କରାଯାଇଛି । ଏଥିରୁ ରାଜ୍ୟ ଗ୍ରୀଡ ବର୍ଷକୁ ୧୦୦ ମିଲିଅନ ୟୁନିଟ ବିଜୁଳି ପାଇପାରିବ । ଏହାଦ୍ବାରା ଆନନ୍ଦପୁର ଅଞ୍ଚଳର ଲୋକମାନେ ଉନ୍ନତମାନର ବିଜୁଳି ସୁବିଧା ପାଇପାରିବେ ବୋଲି ଲକ୍ଷ୍ୟ ରଖାଯାଇଛି ।

ଏହି ପ୍ରକଳ୍ପ ଦ୍ବାରା ଅକ୍ଷୟ ଶକ୍ତି କ୍ଷେତ୍ରରେ ରାଜ୍ୟର କ୍ଷମତା ବଢିଛି ଓ ଏହାଦ୍ବାରା କେନ୍ଦୁଝର ଓ ସାରା ଓଡିଶାବାସୀ ଉପକୃତ ହେବେ ବୋଲି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ କହିଛନ୍ତି । ଭବାନୀପାଟଣାରେ ଉପସ୍ଥିତ ଶକ୍ତି ମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ମିଶ୍ର, ପିକ ସମୟରେ ଗ୍ରୀଡକୁ ଶକ୍ତି ଯୋଗାଇବାରେ ଏହା ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ କହିଛନ୍ତି । ଏହି ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ବଳିଷ୍ଠ ନେତୃତ୍ବକୁ ପ୍ରଶଂସା କରିଛନ୍ତି ।

କେନ୍ଦୁଝରରେ ଉପସ୍ଥିତ କେନ୍ଦୁଝର ସାଂସଦ, ଘସିପୁରା ବିଧାୟକ ଏବଂ ଆନନ୍ଦପୁର ବିଧାୟକ ପ୍ରମୁଖ ସେମାନଙ୍କର ବକ୍ତବ୍ୟ ରଖିଥିଲେ । ଲୋୟର ବୈତରଣୀ ପାୱାର ପ୍ରକଳ୍ପର ପରିଚାଳନା ନିର୍ଦ୍ଦେଶକ ପ୍ରକଳ୍ପ ସମ୍ବନ୍ଧରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମ ସଂପର୍କରେ ଏକ ଭିଡିଓ ପ୍ରଦର୍ଶିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଶକ୍ତି ବିଭାଗର ପ୍ରମୁଖ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ କେନ୍ଦୁଝର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ।

କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.