କେନ୍ଦୁଝର: କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ଥରୀୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ମକଡ୍ରିଲ କରାଯାଇଛି । ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ଦ୍ବାରା ପରିଚାଳିତ ଏକ ମକଡ୍ରିଲରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଭାଗ ନେଇଥିଲେ । କେନ୍ଦୁଝର ଅଗ୍ନିଶମ ବିଭାଗ ଅଧିକାରୀଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଥିଲା ମକଡ୍ରିଲ ।
ଏଥିରେ ବନ୍ୟା, ବାତ୍ୟା, ଅଗ୍ନିକାଣ୍ଡ, ଦୁର୍ଘଟଣା ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଧନ ଜୀବନ ସୁରକ୍ଷା ପାଇଁ କି ଉପାୟ ଅବଲମ୍ବନ କରାଯାଇପାରିବ ସେନେଇ ସୂଚନା ଦିଆଯାଇଥିଲା । ଏହି ମକଡ୍ରିଲ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ସଦର ଉପଜିଲ୍ଲାପାଳ, ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
କେନ୍ଦୁଝରରୁ ସନ୍ତୋଷ ମହାପାତ୍ର, ଇଟିଭି ଭାରତ