କେନ୍ଦୁଝର: ସଦର ଥାନା ଅନ୍ତର୍ଗତ ଗୋପାଳପୁର ଠାରେ ଟ୍ରକକୁ ପିଟିଲା ଟ୍ରକ । ଦୁର୍ଘଟଣାରେ ଡ୍ରାଇଭର ଗୁରୁତର । କେନ୍ଦୁଝର 20 ନଂ ଜାତୀୟ ରାଜପଥ ନିକଟରେ ଏକ ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ପଛ ପଟୁ ଧକ୍କା ଦେଇଥିଲା ଆଇରନ ବୋଝେଇ ଟ୍ରକ । ତେବେ ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯିବା ସହ ସଦର ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।
କେନ୍ଦୁଝରରୁ ସନ୍ତୋଷ ମହାପାତ୍ର, ଇଟିଭି ଭାରତ