କେନ୍ଦୁଝର: ଇପିଏଫ ପେନସନରର୍ସଙ୍କ ନିଜର ହକ ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି । ତିନି ଦଫା ଦାବି ନେଇ ଏହି କର୍ମଚାରୀ ମାନେ ସ୍ଥାନୀୟ କାଳି ପଡିଆରୁ ଏକ ଶୋଭାଯାତ୍ରାରେ ବାହାରି ଥିଲେ । ପରେ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିବା ସହ ନିଜର ହକ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଥିଲେ ।
ମାସିକ ୯ ହଜାର ଟଙ୍କା ପେନସନ, ସୁପ୍ରିମକୋର୍ଟ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବର୍ଦ୍ଧିତ ପେନସନ ପ୍ରଦାନ ଏବଂ ଆୟୁଷମାନ ଭାରତ ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ଏହି ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଦାବି ପୂରଣ ନହେଲେ ଆସନ୍ତା ଆଗାମୀ ଦିନରେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଚେତାବନୀ ଦେଇଛନ୍ତି ।
କେନ୍ଦୁଝରରୁ ସନ୍ତୋଷ ମହାପାତ୍ର, ଇଟିଭି ଭାରତ