ETV Bharat / state

ପୃଥକ ପୃଥକ ସ୍ଥାନରେ ସଡକ ଦୁର୍ଘଟଣା; ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର ଜିଲ୍ଲାର ଦୁଇଟି ପୃଥକ ପୃଥକ ସ୍ଥାନରେ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଅଧିକ ପଢନ୍ତୁ...

ପୃଥକ ପୃଥକ ସ୍ଥାନରେ ସଡକ ଦୁର୍ଘଟଣା
ପୃଥକ ପୃଥକ ସ୍ଥାନରେ ସଡକ ଦୁର୍ଘଟଣା
author img

By

Published : Feb 26, 2021, 8:14 AM IST

କେନ୍ଦୁଝର: ଜିଲ୍ଲାର ପୃଥକ ପୃଥକ ସ୍ଥାନରେ ଦୁଇଟି ସଡକ ଦୁର୍ଘଟଣା ଘଟିଛି । ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ଘଟଗାଁ ବଜାର ନିକଟ ବାଇପାସ ରାସ୍ତାରେ ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଜଣେ ଗୁରୁତର ହୋଇଛନ୍ତି । ଅନ୍ୟ ପଟେ ଡୁବୁରି ରାସ୍ତା ଖଡିବାହାଳ ଛକ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି।

ପୃଥକ ପୃଥକ ସ୍ଥାନରେ ସଡକ ଦୁର୍ଘଟଣା

ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଟ୍ରକ ଡ୍ରାଇଭର ଜଣଙ୍କ ପ୍ରାୟ ଅଧଘଣ୍ଟା ଧରି ଗାଡିରେ ଫସି ରହିଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ଡ୍ରାଇଭର ଜଣଙ୍କୁ ଗାଡିରୁ ବାହାର କରିଥିଲେ । ଡ୍ରାଇଭର ଜଣଙ୍କର ଦୁଇଟି ଗୋଡ ଭାଙ୍ଗିଯାଇଛି । ତାଙ୍କୁ ଚିକିତ୍ସା ପାଇଁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ସେହିପରି କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ପୋଲିସ-ଡୁବୁରି ରାସ୍ତା ଖଡିବାହାଳ ଛକ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ଖବର ପାଇ ହରିଚନ୍ଦନପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିବା ସହ ଅଧିକ ତଦନ୍ତ ଚଳାଇଛି ।

କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.