ETV Bharat / state

ସ୍କୁଟିକୁ ଧକ୍କା ଦେଲା ବସ୍, ଜଣେ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା। ସ୍କୁଟିକୁ ଧକ୍କାଦେଲା ବସ, ଯାହାଫଳରେ ଘଟଣାସ୍ଥଳରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି । କେନ୍ଦୁଝର ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ତୁରୁମୁଙ୍ଗା ଥାନା ଖିରେଇଟାଙ୍ଗିରି ଶାଳ ନିକଟରେ ଏହି ଦୁର୍ଘଟଣା ଘଟିଛି।

author img

By

Published : Sep 18, 2020, 12:58 PM IST

Updated : Sep 18, 2020, 1:05 PM IST

ମର୍ମନ୍ତୁଦ ସଡକ ଦୁର୍ଘଟଣା, ବସ ଧକ୍କାରେ ସ୍କୁଟି ଚାଳକ ମୃତ

କେନ୍ଦୁଝର: ମର୍ମନ୍ତୁଦ ସଡକ ଦୁର୍ଘଟଣା। ସ୍କୁଟିକୁ ଧକ୍କାଦେଲା ବସ, ଯାହାଫଳରେ ଘଟଣାସ୍ଥଳରେ ସ୍କୁଟି ଆରୋହୀ ମୃତ। କେନ୍ଦୁଝର ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ତୁରୁମୁଙ୍ଗା ଥାନା ଖିରେଇଟାଙ୍ଗିରି ଶାଳ ନିକଟରେ ଏହି ଦୁର୍ଘଟଣା ଘଟିଛି।

ମୃତ ସ୍କୁଟି ଆରୋହୀ ଘଟଗାଁ ଥାନା ଡ଼ଳଙ୍ଗପାଣି ଗ୍ରାମର ଧରଣୀଧର ନାଏକ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି । ଡଲଫିନ ନାମକ ଏକ ଘରୋଇ ବସ୍ କେନ୍ଦୁଝରରୁ କୋଲକାତା ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ସ୍କୁଟିକୁ ଧକ୍କାଦେବା ଫଳରେ ଘଟଣା ସ୍ଥଳରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଥିଲା । ଖବର ପାଇ ଘଟଣା ସ୍ଥଳରେ ତୁରୁମୁଙ୍ଗା ଥାନା ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ମୃତଦେହକୁ ବ୍ୟବଛେଦ ପାଇଁ ପଠାଇଛି।

କେନ୍ଦୁଝରରୁ ସନ୍ତୋଷ ମହାପାତ୍ର, ଇଟିଭି ଭାରତ

Last Updated : Sep 18, 2020, 1:05 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.