କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି ଯୁକ୍ତ ଦୁଇ ଛାତ୍ରଛାତ୍ରୀ । ତେବେ ବିନା ପାଠ ପଢାରେ ପରୀକ୍ଷା ହୋଇପାରିବ ନାହିଁ ବୋଲି ଛାତ୍ରଛାତ୍ରୀ କହିଛନ୍ତି। ସେହିପରି ପରୀକ୍ଷା ହେଲେ ଆମ ଭବିଷ୍ୟତ ଅନିଶ୍ଚିତତା ଭିତରକୁ ଚାଲିଯିବ ବୋଲି ଏଭଳି ଅଭିଯୋଗ ଆଣିଛନ୍ତି ଛାତ୍ରଛାତ୍ରୀ ।
ଏହା ବି ପଢନ୍ତୁ ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ଏଥିପାଇଁ ଆଜି କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବି କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଶତାଧିକ ଛାତ୍ରଛାତ୍ରୀ । ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଏକ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ସେହିପରି ସରକାର ତୁରନ୍ତ ପରୀକ୍ଷା ବାତିଲ କରିବାକୁ ଦାବି କରିଛନ୍ତି ।
କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ