କେନ୍ଦୁଝର: ସମ୍ଭାବ୍ୟ ବାତ୍ୟା ‘ୟଶ' ର ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବା ପାଇଁ ଜିଲ୍ଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଭିସି ମାଧ୍ୟମରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସମ୍ଭାବ୍ୟ ବାତ୍ୟା ୟଶକୁ ପ୍ରତିହତ କରିବାକୁ ଯୁଦ୍ଧକାଳୀନ ଭିତ୍ତିରେ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳ ସଂପୃକ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଡଃ ଉଦ୍ଧବ ଚନ୍ଦ୍ର ମାଝୀ , ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ସନ୍ତୋଷ କୁମାର ନାୟକ, ଅତିରିକ୍ତ ଜିଲ୍ଲାପାଳ ସୁଷମା ବିଲୁଙ୍ଗ, ଜିଲ୍ଲା ବିଭିନ୍ନ ଦିଗ ଉପରେ ବିଷଦ ଭାବେ ଆଲୋଚନା କରାଯାଇଥିଲା । ଏହାକୁ ଆଧାର କରି ଉପଜିଲ୍ଲାପାଳଙ୍କ ତତ୍ତ୍ବାବଧାନରେ ବ୍ଲକସ୍ତରରେ ଏବଂ ପୌରପାଳିକା, ଏନ୍ଏସି ସ୍ତରରେ କାର୍ଯ୍ୟଖସଡ଼ା ପ୍ରସ୍ତୁତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ବିଶେଷ କରି ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖ୍ ତଳିଆ ଅଞ୍ଚଳର ଲୋକ, କଚ୍ଚା ଘରେ ରହୁଥିବା ଲୋକ, ଦିବ୍ୟାଙ୍ଗ, ଗର୍ଭବତୀ ଓ ଶିଶୁଙ୍କୁ ଅଗ୍ରାଧିକାର ଭିଭିରେ ନିରାପଦ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ପାଇଁ ବିହିତ ପଦକ୍ଷେପ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ । ଆଶ୍ରୟସ୍ଥଳ ଓ ବନ୍ୟା ଆଶ୍ରୟସ୍ଥଳକୁ ପ୍ରସ୍ତୁତ ରଖୁବାକୁ ପରାମର୍ଶ ଦିଆଯାଇଛି । ଏଥିରେ ଜିଲ୍ଲାସ୍ତରୀୟ ଅଧୁକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।
କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ