ETV Bharat / state

ବାଇକକୁ ଧକ୍କା ଦେଲା ଚାଉଳ ବୋଝେଇ ଟ୍ରକ, ଅଜା-ନାତି ମୃତ

author img

By

Published : Oct 30, 2020, 3:58 PM IST

Updated : Oct 30, 2020, 5:02 PM IST

କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡରେ ଦୁର୍ଘଟଣା ଘଟିଛି । ଏକ ଚାଉଳ ବୋଝେଇ ଟ୍ରକ ବାଇକକୁ ଧକ୍କା ଦେବାରୁ ଅଜା ଓ ନାତିଙ୍କ ମୃତ୍ୟୁ ହୋଇଛି । ଅଧିକ ପଢନ୍ତୁ...

କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

ଆନନ୍ଦପୁର: ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ସ୍ଥିତ ଜାତୀୟ ରାଜପଥ ନିକଟରେ ଦୁର୍ଘଟଣା ଘଟିଛି । ଏଥିରେ 2 ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି ।

ସୂଚନା ଅନୁଯାୟୀ ରାମଚନ୍ଦ୍ରପୁର ଥାନା ହରିପୁର ଗାଁର କୀର୍ତ୍ତନ ନାଥ ଓ କେଶବ ନାଥ କେନ୍ଦୁଝରରୁ ନିଜ ଘରକୁ ଫେରୁଥିଲେ । ଏହି ସମୟରେ ପୂର୍ବବରପଦା ବଜାର ନିକଟରେ ସେମାନଙ୍କ ବାଇକ ସହ ଏକ ଚାଉଳ ବୋଝେଇ ଟ୍ରକର ଧକ୍କା ହୋଇଥିଲା । ଫଳରେ ଅଜା ଓ ନାତି ଗୁରୁରତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ।

ବାଇକକୁ ଧକ୍କା ଦେଲା ଚାଉଳ ବୋଝେଇ ଟ୍ରକ

ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ଖବର ପାଇ ରାମଚନ୍ଦ୍ରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ଘଟଣାକୁ ନେଇ ଆନନ୍ଦପୁର ଡାକ୍ତରଖାନାରେ ଚାପା ଉତ୍ତେଜନା ଦେଖାଦେଇଛି ।

ଆନନ୍ଦପୁରରୁ ସ୍ମୃତି ରଞ୍ଜନ ବିହାରୀ, ଇଟିଭି ଭାରତ

Last Updated : Oct 30, 2020, 5:02 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.